ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ଶାନ୍ତିନଗର ପଡ଼ା, ଡୁକେରମାଲ,ଫଲସାପଡ଼ଠାରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ରାମ ଚନ୍ଦ୍ର ସା ଓ ଗୋପମଣି ସାହୁ,ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ନୋଡାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ମିଶ୍ର, ଶିକ୍ଷକ ସଞ୍ଜୟ ସେନାପତି, ରିଟନ ନାଗ, ସୁଶୀଲା ରଣା, ଶିକ୍ଷୟିତ୍ରୀ ତୁଲାମତି ସାହୁ ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ ଶିଶୁ ଓ ଅଭିଭାବିକା/ଅଭିଭାବକଙ୍କ ଘରକୁ ଯାଇ ଆସନ୍ତା ୨ରୁ ୫ ତାରିଖରେ ହେବାକୁ ଥିବା ଖଡ଼ିଛୁଆଁ ପ୍ରବେଶ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କାର୍ଡ ବଣ୍ଟନ କରିଥିଲେ। ଠିକ୍‌ ସେହିପରି ବୋରପଦର ପଞ୍ଚାୟତ ଭଟାପଲାଠାରେ ସ୍ଥାନୀୟ ସରପଞ୍ଚ ସୁବାସ ସାହୁ, ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସଂଯୋଗ ସାହୁ, ଓ୍ବାର୍ଡମେମ୍ବର ଭାସ୍କର ସାହୁ, ପ୍ରଧାନ ଶିକ୍ଷକ ଜଗମୋହନ ସାହୁ ଓ ଅନ୍ୟମାନେ ଯୋଗ ଦେଇ ଘରକୁ ଘର ଯାଇ ନିମନ୍ତ୍ରଣକାର୍ଡ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri