ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ଶାନ୍ତିନଗର ପଡ଼ା, ଡୁକେରମାଲ,ଫଲସାପଡ଼ଠାରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ରାମ ଚନ୍ଦ୍ର ସା ଓ ଗୋପମଣି ସାହୁ,ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ନୋଡାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ମିଶ୍ର, ଶିକ୍ଷକ ସଞ୍ଜୟ ସେନାପତି, ରିଟନ ନାଗ, ସୁଶୀଲା ରଣା, ଶିକ୍ଷୟିତ୍ରୀ ତୁଲାମତି ସାହୁ ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ ଶିଶୁ ଓ ଅଭିଭାବିକା/ଅଭିଭାବକଙ୍କ ଘରକୁ ଯାଇ ଆସନ୍ତା ୨ରୁ ୫ ତାରିଖରେ ହେବାକୁ ଥିବା ଖଡ଼ିଛୁଆଁ ପ୍ରବେଶ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କାର୍ଡ ବଣ୍ଟନ କରିଥିଲେ। ଠିକ୍‌ ସେହିପରି ବୋରପଦର ପଞ୍ଚାୟତ ଭଟାପଲାଠାରେ ସ୍ଥାନୀୟ ସରପଞ୍ଚ ସୁବାସ ସାହୁ, ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସଂଯୋଗ ସାହୁ, ଓ୍ବାର୍ଡମେମ୍ବର ଭାସ୍କର ସାହୁ, ପ୍ରଧାନ ଶିକ୍ଷକ ଜଗମୋହନ ସାହୁ ଓ ଅନ୍ୟମାନେ ଯୋଗ ଦେଇ ଘରକୁ ଘର ଯାଇ ନିମନ୍ତ୍ରଣକାର୍ଡ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ ରହିବ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?