ଚା ଦୋକାନୀରୁ ହେଲେ ସରପଞ୍ଚ

ଡୁଙ୍ଗୁରିପାଲି,୫ା୩(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକର ପଣ୍ଡକିଟାଲ, ନାଇକେନପାଲି ପଞ୍ଚାୟତରେ ଜଣେ ଚା ଦୋକାନୀ ବିଜୟୀ ହୋଇ ସରପଞ୍ଚ ହୋଇଛନ୍ତି। ସେ ହେଲେ ପଣ୍ଡକିଟାଲ ଗ୍ରାମର ଗୋବିନ୍ଦ ସେଠ। ଲୋକସମ୍ପର୍କ ଯୋଗୁ ସେ ଆଜି ସରପଞ୍ଚ ହୋଇ ପାରିଥିବା ପ୍ରତିକ୍ରିୟାରେ କହିଛନ୍ତି ।

ଚଳିତ ନିର୍ବାଚନରେ ସରପଞ୍ଚ ପଦବୀ ତଫସିଲଭୁକ୍ତ ଜାତି ପାଇଁ ସଂରକ୍ଷଣ ରହିଥିଲା। ଏଥିରେ ଗୋବିନ୍ଦଙ୍କ ସମେତ ୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ନିର୍ବାଚନରେ ଗୋବିନ୍ଦ ୧୩୦୮ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ସୁରଥ ଚନ୍ଦ୍ର ନାଗ ୬୮୧ ଖଣ୍ଡ ଭୋଟ ପାଇଥିଲେ । ସୁରଥ ଚନ୍ଦ୍ର ନାଗଙ୍କଠାରୁ ଗୋବିନ୍ଦ ୬୨୭ ଖଣ୍ଡ ଭୋଟ ଅଧିକ ପାଇ ସରପଞ୍ଚ ପଦବୀରେ ନିର୍ବାଚିତ ହୋଇଥିଲେ। ଗୋବିନ୍ଦ ଦୀର୍ଘ ବର୍ଷ ଧରି ପଣ୍ଡକିଟାଲ ବସଷ୍ଟାଣ୍ଡରେ ଏକ ଚା ଦୋକାନ କରିଛନ୍ତି। ସେଥିରୁ ଯାହା ରୋଜଗାର ହୁଏ ସେଥିରେ ପରିବାର ଚଳେ। ହେଲେ ଏଥର ସରପଞ୍ଚ ପଦ ତଫସିଲଭୁକ୍ତ ଜାତି ପାଇଁ ସଂରକ୍ଷଣ ରହିଥିବାରୁ ସେ ନିର୍ବାଚନ ମଇଦାନ ଲଢିଥିଲେ। ଗୋବିନ୍ଦ ବିଜୟୀ ହେବା ପରେ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ବାହାରିଥିଲେ। ଏ ନେଇ ନବନିର୍ବାଚିତ ସରପଞ୍ଚ ଗୋବିନ୍ଦଙ୍କୁ ପଚାରିବାରୁ ସରକାରୀ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ଓ ପଞ୍ଚାୟତର ବିକାଶ ଲାଗି କାମ କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri