ରାଶନ କାର୍ଡରୁ ରୋଜଗାର କରୁଛନ୍ତି ସରପଞ୍ଚ

ନୟାଗଡ଼ ଅଫିସ,୮।୭: ନୟାଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ କୋଡିନେଶନ ଆଣ୍ଡ ମନିଟରିଂ କମିଟି(ଦିଶା)ର ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଏଥିରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ବେହେରା, ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲା ପରିଷଦର ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ ପ୍ରମୁଖ ସମୀକ୍ଷା କରିଥିଲେ। ଜିଲା ପରିଷଦ ସଭ୍ୟ, ବ୍ଲକ ଅଧ୍ୟକ୍ଷମାନେ ମଧ୍ୟ ସମୀକ୍ଷାରେ ଭାଗ ନେଇଥିଲେ। ରାଶନ କାର୍ଡ ରୋଜଗାର ଦେଉଥିବା କେତେଜଣ ସରପଞ୍ଚ ପ୍ରକାଶ କରିଥିବା ତଥ୍ୟ ଜିଲା ପରିଷଦ ସଭ୍ୟ ଗୃହରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ମୃତକଙ୍କ ନଁା ରାଶନ କାର୍ଡରୁ କଟିଗଲେ ଅଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିଲେ ସେମାନେ ଚଳିବେ କିପରି ବୋଲି ପ୍ରଶ୍ନ କରିଥିବା ବେସରକାରୀ ଭାବେ କହିଥିଲେ।
ଅନ୍ୟପକ୍ଷେ ନବଜାତ ଶିଶୁଙ୍କ ଡାଟା ଅଙ୍ଗନୱାଡି ଓ ସ୍ବାସ୍ଥ୍ୟକେନ୍ଦ୍ରର ମିଶୁ ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି। ଜିଲାରେ କେତେ ଶିଶୁ ଜନ୍ମ ହେଉଛନ୍ତି, ଏକ ହଜାର ପୁଅରେ ଝିଅ ସଂଖ୍ୟା କେତେ ଡାଟା ବେସ ରିପୋର୍ଟ ପ୍ରସ୍ତୁତ ହୋଇପାରୁନାହିଁ। ସେହିପରି ବୈଠକକୁ ପ୍ରସ୍ତୁତ ହୋଇ ଆସୁ ନ ଥିବାରୁ ଅନେକ ଅଧିକାରୀ ହଟହଟା ହୋଇଥିବା ଦେଖିବାକୁ ମିଳିଥିଲା। ପୁଣି ୫-ଟି ସ୍କୁଲରେ ସରକାରୀ ଅନୁଦାନ ଖର୍ଚ୍ଚର ରହୁନି ସୂଚନାଫଳକ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅନୁଦାନ ମଧ୍ୟ ଖର୍ଚ୍ଚ ହେଉଥିବାରୁ ୫-ଟି ସ୍କୁଲରେ ସ୍ବଚ୍ଛତା ରହୁନି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ନିର୍ଦ୍ଦିଷ୍ଟ କେତେଜଣ ଭେଣ୍ଡେରଙ୍କୁ ଅନୁକମ୍ପା ଦେଖା ଯାଉଥିବାରୁ ଉଦ୍‌ବେଗ ପ୍ରକାଶ ପାଇଥିଲା। ମୋବାଇଲ ଟାୱାର ନିର୍ମାଣରେ ବିଏସ୍‌ଏନ୍‌ଏଲ ବିଳମ୍ବ କରୁଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ରାଶନ କାର୍ଡରେ ଅଯୋଗ୍ୟ ହିତାଧିକାରୀଙ୍କୁ କଟାଯାଉନି କାହିଁକି, ଯୋଗ୍ୟ ହିତାଧିକାରୀଙ୍କୁ ନୂଆକାର୍ଡ ଦିଆଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ପୁଣି ଅନ୍ତୋଦୟ ଅନ୍ନ ଯୋଜନାରେ ବହୁ ଗରିବ ସାମିଲ ହୋଇ ପାରୁନାହାନ୍ତି। କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ତାଙ୍କ ବଦଳରେ ଅନ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇ ପାରୁନାହିଁ। ପରିବାର କେତେଜଣ ଲୋକ ରାଶନ କାର୍ଡରୁ ବାଦ୍‌ ପଡ଼ିଥିଲେ ମଧ୍ୟ ସେମାନଙ୍କୁ ମଧ୍ୟ ସାମିଲ କରାଯାଉନାହିଁ। ଜିଲା ଯୋଗାଣ ଅଧିକାରୀ ନୂଆ ରାଶନ କାର୍ଡ ବନ୍ଦ ଥିବା କହିଥିଲେ। ଅନ୍ତୋଦୟ ଅନ୍ନ ଯୋଜନାରେ ଦେଇଥିବା ଉତ୍ତରରେ ସଭ୍ୟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟ ଉପରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଚାନ୍ଦପୁରରେ ହିତାଧିକାରୀ ପାଇଖାନା କରି ବର୍ଷେ ହେଲା ଅନୁଦାନ ପାଉନାହାନ୍ତି ବୋଲି ରଣପୁର ବ୍ଲକ ଅଧ୍ୟକ୍ଷ ଅଭିଯୋଗ କରିଥିଲେ। ସେହିଭଳି ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ୍ୟ ଯୋଜନା, ମଡେଲ ପ୍ଲେ ଗ୍ରାଉଣ୍ଡ ଓ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଅଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri