ଅଳିଆ ବୁହା ଗାଡିର ଶୁଭାରମ୍ଭ କଲେ ସରପଞ୍ଚ, ମଲାଡ଼ ପଞ୍ଚାୟତରେ ଏହା ପ୍ରଥମ

ଗଞ୍ଜାମ,୧୨।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର ନିଆରା ପଞ୍ଚାୟତ ମଲାଡ଼ ଗ୍ରାମ ପଞ୍ଚାୟତ। ଏହି ପଞ୍ଚାୟତରେ ପ୍ରଥମଥର ପାଇଁ ଅଳିଆ ବୁହା ଗାଡିର ଶୁଭାରମ୍ଭ କରିଛନ୍ତି ସରପଞ୍ଚ ମମତା ବେହେରା । ଶୁଭାରମ୍ଭ ବେଳେ ସମିତି ସଭ୍ୟା ପ୍ରତିନିଧି ଟିଟୁ ମହାପାତ୍ର, ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା ପ୍ରମୁଖଙ୍କ ସମେତ ଗ୍ରାମ୍ୟ କମିଟି ଭଦ୍ର ବ୍ୟକ୍ତି ଉପସ୍ଥିତ ଥିଲେ । ପ୍ରଥମଥର ପାଇଁ ପଞ୍ଚାୟତ ସ୍ତରରେ ଟ୍ରାଇ ସାଇକେଲ ଦ୍ୱାରା ପଞ୍ଚାୟତ ବିଭିନ୍ନ ଗ୍ରାମକୁ ଯାଇ ଘରକୁ ଘର ଅଳିଆ ଆବର୍ଜନା ଅଣଯିବ। ଉକ୍ତ ପଞ୍ଚାୟତ ଅଧୀନରେ ଦଶଟି ଗ୍ରାମ ଥିବା ଯୋଗୁ ଗୋଟିଏ ଦିନରେ ପାଞ୍ଚଟି ଗ୍ରାମ ଏବଂ ଅନ୍ୟ ଦିନ ଅର୍ଥାତ୍‌ ତା’ ପର ଦିନ ଅନ୍ୟ ପାଞ୍ଚଟି ଗ୍ରାମକୁ ଯାଇ ଅଳିଆ ଆବର୍ଜନା ଆଣିବାକୁ ସ୍ଥିର ହୋଇଥିବା ସରପଞ୍ଚ ପ୍ରତିନିଧି ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଉକ୍ତ ଟ୍ରାଇ ସାଇକେଲରେ ଦୁଇଟି ଡବା ରହିଛି। ଗୋଟିଏ ଓଦା ଅଳିଆ ଅନ୍ୟଟିରେ ଶୁଖିଲା ଅଳିଆ ପକାଇବା ନିମନ୍ତେ ଲୋକମାନଙ୍କୁ ସଚେତନତା ମଧ୍ୟ କରାଯାଇଛି । ଏଥିପାଇଁ ଦୁଇ ଜଣ ବ୍ୟକ୍ତି ନିୟୋଜିତ ଅଛନ୍ତି । ସେମାନଙ୍କୁ ଦରମା ଓ ମେଣ୍ଟେନାନ୍ସ ପାଇଁ ବର୍ତ୍ତମାନ ନିଜସ୍ବ ଖର୍ଚ୍ଚରେ କରିବାକୁ ପଡୁଛି ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସ୍ଥାୟୀ ପଦକ୍ଷେପ ଗ୍ରହଣ କଲେ ଭଲ ହୁଅନ୍ତା ବୋଲି ସରପଞ୍ଚ ପ୍ରତିନିଧି ବେହେରା କହିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri