ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ ପାଇଁ ଆସିଥିବା ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ ଲୋକେ। ପରେ ସେମାନେ କାର୍ଯ୍ୟାଳୟ ଆଗରେ ନାରାବାଜି କରି ପ୍ରତିବାଦ ଜଣାଇଥିଲେ।

ଅନିୟମିତତା ନେଇ କିଛିଦିନ ପୂର୍ବରୁ ସିରିଗିଡ଼ା ପଞ୍ଚାୟତର ଗରିବ ହିତାଧିକାରୀମାନେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ଅଦ୍ୟାବଧି କୌଣସି ପଦକ୍ଷେପ ନିଆଯାଇ ନ ଥିବା ସେମାନେ ପ୍ରକାଶ କରିଛନ୍ତି। ସ୍ବାଧୀନତା ଦିବସରେ ପଞ୍ଚାୟତ କାର୍ଯ୍ୟାଳୟରେ ସପରଞ୍ଚ ଓ ଅଧିକାରୀ ସମସ୍ତେ ଉପସ୍ଥିତ ରହିଥିବା ଜାଣି ହିତାଧିକାରୀମାନେ ଆସି ପହଞ୍ଚିଥିଲେ। ସମସ୍ୟା ଜଣାଇବା ସମୟରେ ଅଧିକାରୀ ଜଣଙ୍କ ସେମାନଙ୍କୁ ଧକ୍କା ଦେଇ ସେଠାରୁ ପଳାଇଥିଲେ। ଫଳରେ ଲୋକେ ଉତ୍ତ୍ୟକ୍ତ ହୋଇ ସମସ୍ୟାର ସମାଧାନ ଲାଗି ସରପଞ୍ଚଙ୍କୁ କାର୍ଯ୍ୟାଳୟରେ ତାଲା ପକାଇ ଅନଶନରେ ବସିଥିବା ପ୍ରକାଶ କରିଥିଲେ। ଅନ୍ୟପକ୍ଷେ ଅନିୟମିତତାରେ ତାଙ୍କର କୌଣସି ଭୂମିକା ନ ଥିବା ସରପଞ୍ଚ କହିଥିଲେ। ୩ ଦିନ ମଧ୍ୟରେ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ପୋଲିସ ଉପସ୍ଥିତିରେ ଲୋକେ ତାଲା ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri