ବିଡିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ସରପଞ୍ଚ

ରାଜନଗର, ୧୦ା୭(ଭାସ୍କର ରାଉତରାୟ): ରାଜନଗର ବ୍ଲକରେ ଦୀର୍ଘଦିନ ହେବ କୌଣସି ଉନ୍ନୟନମୂଳକ କାର୍ଯ୍ୟ ହେଉନାହିଁ। ସରପଞ୍ଚମାନେ ପଞ୍ଚାୟତର ବିକାଶମୂଳକ କାର୍ଯ୍ୟ କରିଲେ ବି କୌଣସି ବିଲରେ ବିଡିଓ ଦସ୍ତଖତ କରୁ ନାହାନ୍ତି। ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନେ ବିଡିଓଙ୍କୁ ଫୋନ କଲେ ଫୋନ ଧରୁନାହାନ୍ତି। ନିକଟରେ ପଞ୍ଚାୟତରେ କାର୍ଯ୍ୟରତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବିଡିଓ ନିଜ ଇଚ୍ଛାରେ ବଦଳି କରିଛନ୍ତି। ଏହାକୁ ବିରୋଧ କରି ରାଜନଗର ବ୍ଲକର ସରପଞ୍ଚ, ସମିତିସଭ୍ୟମାନେ ଗୁରୁବାର ବ୍ଲକକୁ ଆସି ବିଡିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିବା ସହ ଧାରଣାରେ ବସିଛନ୍ତି।

ବିଡିଓଙ୍କ ମନୋମୁଖୀ କାର୍ଯ୍ୟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଧାରଣାରେ ବସିଥିବା ସରପଞ୍ଚ, ସମିତିସଭ୍ୟାସଭ୍ୟ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଛନ୍ତି। ସରପଞ୍ଚ ସଂଘ ସଭାପତି ଅଶୋକ କୁମାର ମହାନ୍ତିଙ୍କ ସମେତ ସରପଞ୍ଚ ନିରଞ୍ଜନ ରାଉତ, ଶୈଳେନ୍ଦ୍ର କୁମାର ମିଶ୍ର, ବୀଣାପାଣି ପ୍ରଧାନ, ରାଣୀମଞ୍ଜରୀ ସେଠୀ, ସସ୍ମିତା ମହାନ୍ତି, ପୁଷ୍ପଲତା ପାତ୍ର, ସମୀର ସେଠୀ, ଇତିଶ୍ରୀ ମହାପାତ୍ର, ସମିତି ସଭ୍ୟ ଗଣେଶ ଚନ୍ଦ୍ର ଗୁଡ଼ିଆ, ମନରଞ୍ଜନ ମଣ୍ଡଳ, ସୁମିତ୍ରା ସେଠୀ, ଉତମା ସେଠୀ, ରବିନ ମଲ୍ଲିକ ପ୍ରମୁଖ ଧାରଣାରେ ବସିଛନ୍ତି। ସରପଞ୍ଚ ସଂଘର ସଭାପତି ମହାନ୍ତିଙ୍କ କହିବା କଥା ହେଲା, ବିଡିଓ ଅନିରୁଦ୍ଧ ବେହେରା ଆମର କୌଣସି କାର୍ଯ୍ୟ କରୁନାହାନ୍ତି କି ଆମ ଫୋନ କଲେ ଉଠାଉନାହାନ୍ତି।

ଯାହା ଆମ ସମ୍ମାନ ପ୍ରତି ଅପମାନ ମନେ କରୁଛୁ। ଲୋକଙ୍କ ସେବା କରିବା ଆମର କର୍ତ୍ତବ୍ୟ, ବ୍ଲକ ପ୍ରଶାସନ ସହଯୋଗ ନ କଲେ ଆମେ ଲୋକମାନଙ୍କୁ କି ଉତ୍ତର ଦେବୁ ବୋଲି କହିଛନ୍ତି। ସାରେ ବିଡିଓ ବେହେରା ଧାରଣାରେ ବସିଥିବ ଜନପ୍ରତିନିଧିଙ୍କୁ ତାଙ୍କର ସମସ୍ତ ଦାବିପୂରଣ କରାଯିବା ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?