ଭାଜପା ଛାଡ଼ି ବିଜେଡିରେ ଯୋଗଦେଲେ ସରପଞ୍ଚ, ପଞ୍ଚାୟତ ପ୍ରତିନିଧି

ହିଞ୍ଜିଳିକାଟୁ,୧୮ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ଶନିବାର ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଭାଜପା ଛାଡ଼ି ସେମାନେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି। ବୁରୁପଡ଼ା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ସମେତ ପଞ୍ଚାୟତ ପ୍ରତିନିଧି ଓ ସେମାନଙ୍କ ସମର୍ଥକ ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କୁ ଶନିବାର ନବୀନ ନିବାସରେ ଭେଟିବା ପରେ ଶଙ୍ଖ ଭବନରେ ବିଜେଡିରେ ମିଶିଛନ୍ତି। ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ସ୍ବାଗତ କରାଯାଇଛି। ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ ଓ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ। ବିଜେଡିକୁ ଅଧିକ ସଂଗଠିତ କରିବାକୁ ସମସ୍ତେ ସଂକଳ୍ପବଦ୍ଧ ହୋଇଥିଲେ। ତୃଣମୂଳ ସ୍ତରରେ ନବୀନ ପଟ୍ଟନାୟକଙ୍କ ଉପରେ ଲୋକଙ୍କ ଆସ୍ଥା ଓ ଭରସା ଅତୁଟ ରହିଛି ବୋଲି ନବୀନ ପଟ୍ଟନାୟକଙ୍କ ପ୍ରତିନିଧି ରୂପେ ନିର୍ବାଚନ ମଣ୍ଡଳୀର ସାଙ୍ଗଠନିକ ଦାୟିତ୍ୱ ତୁଲାଉଥିବା ଦେବାନନ୍ଦ ମହାପାତ୍ର ଏହି ଅବସରରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ହିଞ୍ଜିଳିକାଟୁ ବ୍ଲକ ବିଜେଡି ସଭାପତି ଦୁର୍ଗା ମାଧବ ମହାନ୍ତି, ଜିଲାପରିଷଦ ସଭ୍ୟ ଏ. ସୁଦର୍ଶନ ପ୍ରମୁଖ ବିଜେଡି ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri