ପଞ୍ଚାୟତ ସମିତି ବୈଠକରେ ଅଞ୍ଚଳର ସମସ୍ୟା ଉଠାଇଲେ ସରପଞ୍ଚ

କେସିଙ୍ଗା,୧୨.୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ସପ୍ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ଅଧ୍ୟକ୍ଷତାରେ ସଭା ଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କଳାହାଣ୍ଡି ଏମ୍‌ପି ମାଲବିକା ସିଂ ଦେଓ, ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ, ନର୍ଲା ବିଧାୟିକା ମନୋରମା ମହାନ୍ତି, ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକ, ବିଡିଓ ପଦ୍ମନାଭ ପୁରୋହିତ ପ୍ରମୁଖ ଯୋଗଦେଇଥିଲେ।

କୁଣ୍ଡାବନ୍ଧ ସମିତି ସଭ୍ୟ ମନୋଜ କୁମାର ପଟ୍ଟନାୟକ ପ୍ରଥମେ ବ୍ଲକ ଅଧ୍ୟକ୍ଷଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଏଥିରେ କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଉପସ୍ଥିତ ରହି ନିଜନିଜ ପଞ୍ଚାୟତର ବିଭିନ୍ନ ସମସ୍ୟା ଏବଂ ଏହାର ତୁରନ୍ତ ସମାଧାନ ନେଇ ପ୍ରସ୍ତାବ ଦେଇଥିଲେ। ବ୍ଲକରେ କାର୍ଯ୍ୟକାରୀ ହେଉଥିବା ମନେରଗା ଯୋଜନା ସମେତ ବିଭିନ୍ନ ସରକାରୀ ଯୋଜନା ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri