ରେକର୍ଡ ବ୍ୟବଧାନରେ ଜିତିଲେ ସରପଞ୍ଚ, ସମିତିସଭ୍ୟ

ଝୁମ୍ପୁରୀ,୫ା୩(ଡି.ଏନ.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ପରେ ଚମ୍ପେଇପାଳ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ସର୍ବାଧିକ ଭୋଟ୍‌ ବ୍ୟବଧାନରେ ଜିତି ରେକର୍ଡ କରିଛନ୍ତି। ବିଜେଡି ସମର୍ଥନରେ ସରପଞ୍ଚ ପ୍ରାର୍ଥୀଭାବେ ଲଢୁଥିବା ହିମାଂଶୁ କୁମାର ନାୟକ ୩୬୯୨ ଭୋଟ୍‌ ପାଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପ୍ରଶାନ୍ତ ନାୟକଙ୍କଠାରୁ ୨୧୦୩ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। ସେହିପରି ସମିତିସଭ୍ୟ ପ୍ରାର୍ଥୀଭାବେ ଶାସକ ଦଳ ସମର୍ଥନରେ ଲଢୁଥିବା ବିଜୟ କୁମାର ନାୟକ ୩୭୭୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜୟ ମଲ୍ଲିକଙ୍କୁ ୨୨୬୦ ଖଣ୍ଡ ଭୋଟ୍‌ ବ୍ୟବଧାନରେ ହରାଇଛନ୍ତି।
ଏହି ଦୁଇ ପ୍ରାର୍ଥୀ ବ୍ଲକ୍‌ରେ ସର୍ବାଧିକ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିବାରୁ ସେମାନଙ୍କୁ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ର, ବିଧାୟକଙ୍କ ପ୍ରତିନିଧି କର୍ଣ୍ଣାଟ କେଶରୀ ଦାସ, ଜିଲା ବିଜେଡି ଉପସଭାପତି ଜୟନ୍ତ କୁମାର ନାୟକ, ସରପଞ୍ଚ ସତ୍ୟଭାମା ମଲ୍ଲିକ, ସମିତିସଭ୍ୟା ମାତନ ଜେନା, ବିଜେଡି ଯୁବନେତା ରମେଶ ଦାସ, ଅମିତ ଦାସ, ସଞ୍ଜୟ ସାହୁ, ରାଜେନ୍ଦ୍ର ମଲ୍ଲିକ, କାର୍ତ୍ତିକ ଜେନା, ପଞ୍ଚାନନ ବେହେରା ଓ ରବିନାରାୟଣ ପଲେଇ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri