ରେକର୍ଡ ବ୍ୟବଧାନରେ ଜିତିଲେ ସରପଞ୍ଚ, ସମିତିସଭ୍ୟ

ଝୁମ୍ପୁରୀ,୫ା୩(ଡି.ଏନ.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ପରେ ଚମ୍ପେଇପାଳ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ସର୍ବାଧିକ ଭୋଟ୍‌ ବ୍ୟବଧାନରେ ଜିତି ରେକର୍ଡ କରିଛନ୍ତି। ବିଜେଡି ସମର୍ଥନରେ ସରପଞ୍ଚ ପ୍ରାର୍ଥୀଭାବେ ଲଢୁଥିବା ହିମାଂଶୁ କୁମାର ନାୟକ ୩୬୯୨ ଭୋଟ୍‌ ପାଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପ୍ରଶାନ୍ତ ନାୟକଙ୍କଠାରୁ ୨୧୦୩ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। ସେହିପରି ସମିତିସଭ୍ୟ ପ୍ରାର୍ଥୀଭାବେ ଶାସକ ଦଳ ସମର୍ଥନରେ ଲଢୁଥିବା ବିଜୟ କୁମାର ନାୟକ ୩୭୭୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜୟ ମଲ୍ଲିକଙ୍କୁ ୨୨୬୦ ଖଣ୍ଡ ଭୋଟ୍‌ ବ୍ୟବଧାନରେ ହରାଇଛନ୍ତି।
ଏହି ଦୁଇ ପ୍ରାର୍ଥୀ ବ୍ଲକ୍‌ରେ ସର୍ବାଧିକ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିବାରୁ ସେମାନଙ୍କୁ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ର, ବିଧାୟକଙ୍କ ପ୍ରତିନିଧି କର୍ଣ୍ଣାଟ କେଶରୀ ଦାସ, ଜିଲା ବିଜେଡି ଉପସଭାପତି ଜୟନ୍ତ କୁମାର ନାୟକ, ସରପଞ୍ଚ ସତ୍ୟଭାମା ମଲ୍ଲିକ, ସମିତିସଭ୍ୟା ମାତନ ଜେନା, ବିଜେଡି ଯୁବନେତା ରମେଶ ଦାସ, ଅମିତ ଦାସ, ସଞ୍ଜୟ ସାହୁ, ରାଜେନ୍ଦ୍ର ମଲ୍ଲିକ, କାର୍ତ୍ତିକ ଜେନା, ପଞ୍ଚାନନ ବେହେରା ଓ ରବିନାରାୟଣ ପଲେଇ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?