ଦିଗପହଣ୍ଡି ପଞ୍ଚାୟତ ସମିତିର ସଭାରେ ଯୋଗଦେଲେ ବିଧାୟକ, ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ସରପଞ୍ଚ-ସମିତିସଭ୍ୟଙ୍କ କ୍ଷୋଭ

ଦିଗପହଣ୍ଡି, ୨୩|୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପଞ୍ଚାୟତ ସମିତିର ପରିବର୍ଦ୍ଧିତ ଆଲୋଚନା ସଭା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ରେ ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ। ବିଡ଼ିଓ ଅନାମିକା ପାଣ୍ଡେ ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ବ୍ଳକ ଅଧ୍ୟକ୍ଷା ଯମୁନା ନାୟକ  ଅଧ୍ୟକ୍ଷତା କରିଥିଲେ। ତହସିଲଦାର ସନ୍ତୋଷ କୁମାର ସାହୁ , ବ୍ଳକ ଉପାଧ୍ୟକ୍ଷା ସୁକାନ୍ତି ପ୍ରଧାନ,ଅତିରିକ୍ତ ବିଡ଼ିଓ ଉମେଶ ଚନ୍ଦ୍ର ସେଠୀ,ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଅଶୋକ କୁମାର ଶତପଥି ପ୍ରମୁଖ ମଞ୍ଚାସିନ ଥିଲେ । ଜିପିଡିଓ ରୋଜାଲିନ ଦଳାଇ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ  ଅତିରିକ୍ତ ବିଡ଼ିଓ ପୂର୍ବ ବୈଠକର  ବିବରଣୀ ଉପସ୍ଥାପନ କରିଥିଲେ । ଦିଗପହଣ୍ଡି ବ୍ଳକ ବମକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ଙ୍କ ପଦବୀ ଖାଲି ପଡ଼ିଥିବାରୁ  ରୋଗୀସେବା ସମେତ ଆନୁସଙ୍ଗିକ ଅଫିସ କାର୍ଯ୍ୟ  ବାଧାପ୍ରାପ୍ତ ହେଉଥିବା ନେଇ ବ୍ଲକ ସରପଞ୍ଚ ସଂଘ ସଭାପତି ତଥା କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏନେଇ ସରପଞ୍ଚ ଓ ସମିତି ସଭ୍ୟା ସଭ୍ୟ ବୃନ୍ଦ କ୍ଷୋଭ ପ୍ରକାଶ କରିଥଲେ।

ସେହିପରି ଗୋକର୍ଣ୍ଣପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ର କୋଠା ନିମନ୍ତେ ଦୀର୍ଘ ବର୍ଷ ହେଲା ଟେଣ୍ଡର ହୋଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇନଥିବା ଯୋଗୁଁ ସଭାରେ ଅସନ୍ତୋଷ ପ୍ରକାଶ ପାଇଥିଲା ।ସ୍ବାସ୍ଥ୍ୟସେବା ର ବିକାଶ ପାଇଁ ବିଧାୟକ ଏବଂ ସରକାରୀ ଅଧିକାରୀ ବୃନ୍ଦ ସଭାରେ ଶପଥ ପାଠ କରିଥଲେ। ପରେ  କୃଷି ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ କୃଷି ଯୋଜନା ଏବଂ ପ୍ରଧାନମନ୍ତ୍ରୀ କୃଷି ଯୋଜନାରେ ଚାଷୀମାନେ ପାଉଥିବା ସହାୟତା ସମ୍ପର୍କରେ ଆଲୋକପାତ କରାଯାଇଥିଲା । କ୍ଷୁଦ୍ର ଜଳସେଚନ ଯୋଜନାରେ ଗଣିଆନାଳ କେନାଲ ନିକଟସ୍ଥ ଏକ କଲଭର୍ଟ ନିର୍ମାଣକୁ ନେଇ ସିଦ୍ଧେଶ୍ୱର ସରପଞ୍ଚ ବିଜୟ କୁମାର ପ୍ରଧାନ ସଭାରେ ପ୍ରଶ୍ନ କରିଥିଲେ। ମା’ ନିଜ ବାଙ୍କେଶ୍ଵରୀ ଶକ୍ତି ପୀଠକୁ ସଂଯୋଗ କରୁଥିବା ରାସ୍ତା ଦୀର୍ଘ ବର୍ଷ ଧରି ଖାଲଖମା ହେବା ଯୋଗୁଁ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା ବେଳେ ସେହି ରାସ୍ତାକୁ ମରାମତି କରିବାକୁ ସରପଞ୍ଚ ବୃନ୍ଦ ଦାବି କରିଥିଲେ ।

ଶିକ୍ଷା, ଖାଦ୍ୟ ଯୋଗାଣ, ପାନୀୟ ଜଳ ଓ ପରିମଳ, ବିଦ୍ୟୁତ, ଉଦ୍ୟାନ କୃଷି, ବନବିଭାଗ, ପ୍ରାଣୀ ଚିକିତ୍ସା, ମତ୍ସ୍ୟ, ମୃତ୍ତିକା ସଂରକ୍ଷଣ ସହ ଅନ୍ୟାନ୍ୟ ବିଭାଗର କାର୍ଯ୍ୟ ନେଇ ସଭାରେ ଆଲୋକପାତ କରାଯାଇଥିଲା । ସଭାରେ  ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରାୟ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ, ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସମେତ ବିଭିନ୍ନ କାର୍ଯ୍ୟାଳୟ ଅଧିକାରୀ, ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ, ଅନୁସୟା ରେଡ୍ଡୀ, ସଞ୍ଜୁକ୍ତା କବି, ରାଧାକାନ୍ତ ମହାଙ୍କୁଡ ଙ୍କ ସମସ୍ତ ସରପଞ୍ଚ , ସମିତି ସଭ୍ୟା ସଭ୍ୟ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri