ନବନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସରପଞ୍ଚ ସଂଘ ପକ୍ଷରୁ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ନବ ନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସମ୍ବର୍ଦ୍ଧନା ଦିଆଯାଇିଛି । ବ୍ଳକ ସରପଞ୍ଚ ସଂଘ ସଭାପତି ଫନିନ୍ଦ୍ର ଚନ୍ଦ୍ର ଗୋସ୍ବାମୀ ଏବଂ ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ତଥା କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୈାଡଙ୍କ ମିଳିତ ତତ୍ତ୍ୱାବଧାନ ଏବଂ ବଡଡୁମୁଳା ପଞ୍ଚାୟତ ସରପଞ୍ଚ ଗିତାଞ୍ଜଳୀ ଜାନୀଙ୍କ ସଂଯୋଜନାରେ ବି. ତୁରୁବୁଡି ପଞ୍ଚାୟତର ମାଁ ନିଜ ବାଙ୍କେଶ୍ବରୀ ପୀଠରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ସଂଘ ପକ୍ଷରୁ ବିଡ଼ିଓଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନାକୁ ପ୍ରକୃତ ହିତାଧିକାରୀଙ୍କ ନିକଟରେ କିପରି ପହଞ୍ଚି ପାରିବ ଏବଂ ବିଭିନ୍ନ ପଞ୍ଚାୟତର ମୌଳିକ ସମସ୍ୟାର ସ୍ଥାୟୀ ସମାଧାନ ଦିଗରେ ବିଡିଓ ଦୃଷ୍ଟି ଦେବାକୁ ନିବେଦନ କରାଯାଇଥିଲା।

ଏନେଇ ବିଡିଓ ସରପଞ୍ଚ ବୃନ୍ଦ ପ୍ରତିଟି କ୍ଷେତ୍ରରେ ବ୍ଲକ ପ୍ରଶାସନ ସହ ସମନ୍ବୟ ରକ୍ଷା କରି ପଞ୍ଚାୟତର ବିକାଶରେ ସହଯୋଗ କରିବାକୁ କହିଥିଲେ । ସରପଞ୍ଚ ସଂଘ ଉପସଭାପତି ତପନ କୁମାର ପ୍ରଧାନ , ସମ୍ପାଦକ ସନ୍ତୋଷ ଦୋରା , ସହ ସମ୍ପାଦକ ରବିଚନ୍ଦ୍ର ଗୈାଡ , ସରପଞ୍ଚ ରଞ୍ଜନ କୁମାର ସାହୁ , ଲିଙ୍ଗରାଜ ଦୋରା , ଏମ. ଶ୍ୟାମଘନ , ଗାୟତ୍ରୀ ବ୍ରହ୍ମା , ରଶ୍ମିତା ପ୍ରଧାନ , ଗୈାରୀ ବିଷୋୟୀ , ସରପଞ୍ଚ ପ୍ରତିନିଧି ପ୍ରଶାନ୍ତ କୁମାର ପ୍ରଧାନ , ଚିତ୍ରସେନ ଗୈାଡ , ଶିବରାମ ପ୍ରଧାନ, ଏମ. ସନ୍ତୋଷ , ଶ୍ୟାମ ନାୟକ , ସିମାଞ୍ଚଳ ଗୈାଡ ଙ୍କ ସମେତ ବହୁ ସଂଖ୍ୟକ ସରପଞ୍ଚ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?