ପଞ୍ଚାୟତିରାଜ ବ୍ୟବସ୍ଥାରେ ସରପଞ୍ଚଙ୍କୁ ଅଣଦେଖା

ଛତ୍ରପୁର,୧୩ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଡାକରାରେ ଛତ୍ରପୁର ବ୍ଲକ ସରପଞ୍ଚ ସଂଘର କର୍ମକର୍ତ୍ତା ଚୟନ ହୋଇଛି। ଏନେଇ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଣଦେଖା କରି ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅସାମ୍ବିଧାନିକ ଭାବେ କ୍ଷୁଣ୍ଣ କରୁଥିବାରୁ ୧୫ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବ। ସଂଘର ସଭାପତି ଭାବେ ବି.ସୁଦାମ ମନୋନୀତ ହୋଇଥିବା ବେଳେ ଭଗବାନ ବେହେରା ଉପସଭାପତି, ଗଗନ ବେହେରା ସମ୍ପାଦକ, ସୁଜାତା ରାୟ ସହସମ୍ପାଦକ ଓ ମମତା ସୁବୁଦ୍ଧି କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଦାବିଗୁଡ଼ିକ ମଧ୍ୟରେ ପଲ୍ଲୀସଭା ଓ ଗ୍ରାମସଭାକୁ ଗୁରୁତ୍ୱ ଦେଇ ଉନ୍ନୟନମୂଳକ କାର୍ଯ୍ୟ ଓ ହିତାଧିକାରୀ ଚୟନ କରିବା, ଓ୍ବାର୍ଡସଭ୍ୟମାନଙ୍କ ଦ୍ୱାରା ସରପଞ୍ଚଙ୍କ ପାଇଁ ଅଣାଯାଉଥିବା ଅନାସ୍ଥା ପ୍ରସ୍ତାବକୁ ବନ୍ଦ କରିବା, ବିଡିଓଙ୍କ କାଉଣ୍ଟର ସାଇନ ହଟାଯିବା, ଭତ୍ତା ବୃଦ୍ଧି ସହ ଅବସର ପରେ ଭତ୍ତା ପ୍ରଦାନ, ସରପଞ୍ଚମାନଙ୍କୁ ସ୍ବାସ୍ଥ୍ୟକାର୍ଡ ପ୍ରଦାନ, ମୃତ୍ୟୁକାଳୀନ ସହାୟତା ୫୦ ଲକ୍ଷ ଟଙ୍କା ସହାୟତା ଦେବା, ଜିଲା ସଦର ମହକୁମା ଓ ରାଜଧାନୀରେ ସରପଞ୍ଚ ଭବନ ନିର୍ମାଣ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri