ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା ପରଠାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ଆସନ୍ତି ନାହିଁ। ତେଣୁ ଅଫିସ କାର୍ଯ୍ୟ ସବୁ ସରପଞ୍ଚଙ୍କ ଘରେ ହୁଏ। ତେଣୁ ଗତ ୪.୯.୨୦୨୪ରେ ସେ ସରପଞ୍ଚଙ୍କ ଘରକୁ ଅଫିସ କାର୍ଯ୍ୟରେ ଯାଇଥିଲେ। ଫେରିବା ବାଟରେ ନିକଟସ୍ଥ କେନାଲ ବନ୍ଧ ନିକଟରେ ସରପଞ୍ଚଙ୍କ ଦେଢଶୁର ନିକୁଞ୍ଜ ବିହାରୀ ଓଝା ତାଙ୍କୁ ଗାଳି ଗୁଲଜ କରିବା ସହ ଜାତିଆଣ ଆକ୍ଷେପ କରିଥିଲେ। ଖାଲି ଏତିକି ନୁହେଁ ନିକୁଞ୍ଜ ତାଙ୍କ ସରକାରୀ ଫାଇଲ ଛଡ଼ାଇ ନେଇଥିଲେ। ପିଇଓ ମୁର୍ମୁ ନିଜ ବସା ଘରକୁ ପଳାଇ ଆସିଥିଲେ। କିଛି ସମୟ ପରେ ନିକୁଞ୍ଜ ଏବଂ ସୁରେନ୍ଦ୍ର ରାଉତ ନାମକ ଜଣେ ବ୍ୟକ୍ତି ପିଇଓ ମୁର୍ମୁଙ୍କ ବସା ଘର ଭିତରକୁ ପ୍ରବେଶ କରି ପୁଣି ଗାଳିଗୁଲଜ କରିବା ସହ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ପିଇଓ ମୁର୍ମୁ ଏବଂ ହାଟଡିହୀ ପିଇଓ ସଂଘ କାର୍ଯ୍ୟକର୍ତ୍ତା ଏନେଇ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ କଲମଛାଡ଼ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଆଧାରରେ ବିଡିଓ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚଳିତ ମାସ ଗତ ୬ ତାରିଖ ନନ୍ଦିପଦା ଥାନାକୁ ନିର୍ଦେଶ ଦେଇଛନ୍ତି। ବିଡିସ ପାଣିଗ୍ରାହୀ କହିଛନ୍ତି, ଏମିତି ଘଟଣା ଯଦି ଘଟିଥାଏ ତେବେ ତାହା ଅତି ଦୁଃଖ ଏବଂ ଲଜ୍ଜାର ବିଷୟ ଅଟେ। ଆଦିବାସୀ ମହିଳାଙ୍କ ପ୍ରତି ଏପରି ଘଟଣା ଦିଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୃଷ୍ଟି ଆକର୍ଷଣ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ ବୋଲି ସାମାଜିକ କର୍ମୀ ଆଦିକନ୍ଦ ଜେନା କହିଛନ୍ତି। ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର କହିଛନ୍ତି, ଘଟଣା ସମ୍ପର୍କରେ କେସ୍‌ ନଂ ୨୫୫/୨୦୨୪ ରେ ଏକ ମାମଲା ରୁଜୁ ହୋଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ହେବ।

ଅନ୍ୟପକ୍ଷରେ ସରପଞ୍ଚଙ୍କ ଦେଢଶୁର ନିକୁଞ୍ଜ ଓଝା କହିଛନ୍ତି, ଘଟଣା ସମ୍ପର୍କରେ ମୁଁ ଜାଣିନି କି ପୋଲିସ ମତେ ଖବର ଦେଇନି। ଜଣେ ବ୍ୟକ୍ତିଙ୍କ ପାଖରୁ ଶନିବାର ମୋ ନାମରେ ଏଫ୍‌ଆଇଆର ଦିଆଯାଇଥିବା କେବଳ ଶୁଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri