ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା ପରଠାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ଆସନ୍ତି ନାହିଁ। ତେଣୁ ଅଫିସ କାର୍ଯ୍ୟ ସବୁ ସରପଞ୍ଚଙ୍କ ଘରେ ହୁଏ। ତେଣୁ ଗତ ୪.୯.୨୦୨୪ରେ ସେ ସରପଞ୍ଚଙ୍କ ଘରକୁ ଅଫିସ କାର୍ଯ୍ୟରେ ଯାଇଥିଲେ। ଫେରିବା ବାଟରେ ନିକଟସ୍ଥ କେନାଲ ବନ୍ଧ ନିକଟରେ ସରପଞ୍ଚଙ୍କ ଦେଢଶୁର ନିକୁଞ୍ଜ ବିହାରୀ ଓଝା ତାଙ୍କୁ ଗାଳି ଗୁଲଜ କରିବା ସହ ଜାତିଆଣ ଆକ୍ଷେପ କରିଥିଲେ। ଖାଲି ଏତିକି ନୁହେଁ ନିକୁଞ୍ଜ ତାଙ୍କ ସରକାରୀ ଫାଇଲ ଛଡ଼ାଇ ନେଇଥିଲେ। ପିଇଓ ମୁର୍ମୁ ନିଜ ବସା ଘରକୁ ପଳାଇ ଆସିଥିଲେ। କିଛି ସମୟ ପରେ ନିକୁଞ୍ଜ ଏବଂ ସୁରେନ୍ଦ୍ର ରାଉତ ନାମକ ଜଣେ ବ୍ୟକ୍ତି ପିଇଓ ମୁର୍ମୁଙ୍କ ବସା ଘର ଭିତରକୁ ପ୍ରବେଶ କରି ପୁଣି ଗାଳିଗୁଲଜ କରିବା ସହ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ପିଇଓ ମୁର୍ମୁ ଏବଂ ହାଟଡିହୀ ପିଇଓ ସଂଘ କାର୍ଯ୍ୟକର୍ତ୍ତା ଏନେଇ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ କଲମଛାଡ଼ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଆଧାରରେ ବିଡିଓ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚଳିତ ମାସ ଗତ ୬ ତାରିଖ ନନ୍ଦିପଦା ଥାନାକୁ ନିର୍ଦେଶ ଦେଇଛନ୍ତି। ବିଡିସ ପାଣିଗ୍ରାହୀ କହିଛନ୍ତି, ଏମିତି ଘଟଣା ଯଦି ଘଟିଥାଏ ତେବେ ତାହା ଅତି ଦୁଃଖ ଏବଂ ଲଜ୍ଜାର ବିଷୟ ଅଟେ। ଆଦିବାସୀ ମହିଳାଙ୍କ ପ୍ରତି ଏପରି ଘଟଣା ଦିଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୃଷ୍ଟି ଆକର୍ଷଣ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ ବୋଲି ସାମାଜିକ କର୍ମୀ ଆଦିକନ୍ଦ ଜେନା କହିଛନ୍ତି। ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର କହିଛନ୍ତି, ଘଟଣା ସମ୍ପର୍କରେ କେସ୍‌ ନଂ ୨୫୫/୨୦୨୪ ରେ ଏକ ମାମଲା ରୁଜୁ ହୋଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ହେବ।

ଅନ୍ୟପକ୍ଷରେ ସରପଞ୍ଚଙ୍କ ଦେଢଶୁର ନିକୁଞ୍ଜ ଓଝା କହିଛନ୍ତି, ଘଟଣା ସମ୍ପର୍କରେ ମୁଁ ଜାଣିନି କି ପୋଲିସ ମତେ ଖବର ଦେଇନି। ଜଣେ ବ୍ୟକ୍ତିଙ୍କ ପାଖରୁ ଶନିବାର ମୋ ନାମରେ ଏଫ୍‌ଆଇଆର ଦିଆଯାଇଥିବା କେବଳ ଶୁଣିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri