‘ସରପଞ୍ଚଙ୍କ ଭଲ କାମ ଦେଶକୁ ବାଟ ଦେଖାଇବ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ କରୋନା ପଜିଟିଭ୍‌ ସଂଖ୍ୟା କମୁଛି। ଆରୋଗ୍ୟ ହାର ବଢୁଛି। ମୃତ୍ୟୁହାର ମଧ୍ୟ କମିବାରେ ଲାଗୁଛି। ସରପଞ୍ଚମାନଙ୍କ ଭଲ କାମ ପାଇଁ ସେ ଗର୍ବିତ। ସେମାନଙ୍କ ଭଲ କାମ ଆଗକୁ କୋଭିଡ୍‌ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଗଞ୍ଜାମ ଜିଲାର ସରପଞ୍ଚମାନଙ୍କ ସହ କଥା ହେବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। କରୋନା ସମ୍ପୂର୍ଣ୍ଣ ନିପାତ ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ସରପଞ୍ଚମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଚାୟତକୁ ସଶକ୍ତ କରିବା ପାଇଁ ବିଜୁବାବୁଙ୍କ ଉଦ୍ୟମକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁଙ୍କ ଆଦର୍ଶରେ ବର୍ତ୍ତମାନର ସରକାର ପଞ୍ଚାୟତକୁ ଅଧିକ କ୍ଷମତା ଦେଇଛନ୍ତି। ଜିଲାରେ କରୋନା ସଂକ୍ରମଣର ନିୟନ୍ତ୍ରଣ ପାଇଁ ସରପଞ୍ଚମାନେ ଯେଭଳି ଦକ୍ଷ ନେତୃତ୍ୱର ପରିଚୟ ଦେଇ ବିପତ୍‌କାଳୀନ ପରିସ୍ଥିତିରେ ଉନ୍ନତି ଆଣିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଛନ୍ତି। ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ ଓ ଶଟ୍‌ଡାଉନ କରି କଡ଼ା ପଦକ୍ଷେପ ନେଇଛନ୍ତି। କୋଭିଡ୍‌ କେୟାର ହୋମ୍‌, କୋଭିଡ୍‌ ପରିଚାଳନା କେନ୍ଦ୍ର, ଟେଷ୍ଟିଂ, ସର୍ଭେ କାର୍ଯ୍ୟରେ ସେମାନଙ୍କ ସହଯୋଗ ରହିଛି। କରୋନା ଲଢ଼େଇରେ ଗଞ୍ଜାମ ଜିଲା ଆଗରେ ରହିଛି। ଓଡ଼ିଶା ଫେରିଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଠିକ୍‌ ସମୟରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ କରିବା, ସେଗୁଡ଼ିକର ଉଚିତ୍‌ ପରିଚାଳନା ଓ ଲୋକଙ୍କୁ ସେବା ଯୋଗାଇବାରେ ସରପଞ୍ଚଙ୍କ ଉଦ୍ୟମ ଯୋଗୁ ଏସବୁ ସମ୍ଭବ ହୋଇପାରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ସରକାରଙ୍କ ଉଚିତ କୋଭିଡ୍‌ ପରିଚାଳନା ଯୋଗୁ ଗଞ୍ଜାମ ପରିସ୍ଥିତିରେ ଉନ୍ନତି ଆସିଛି। ଖୁବ୍‌ ଶୀଘ୍ର କରୋନା ସ୍ଥିତି ଦୂର ହେବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଦେଇ ସେମାନଙ୍କ ଉପରେ ଯେଉଁ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ, ତାହା ସଫଳ ହୋଇଛି। ଏହି ଅବସରରେ ସାନଖେମୁଣ୍ଡି, ହିଞ୍ଜିଳି ଓ ଭଞ୍ଜନଗର ବ୍ଲକର ସରପଞ୍ଚମାନେ କୋଭିଡ୍‌ ପରିଚାଳନା ସମ୍ପର୍କରେ ନିଜ ଅଭିଜ୍ଞତା ରଖିବା ସହ ସହ ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ପ୍ରଶାସନର ସହଯୋଗ ପାଇଁ କୃତଜ୍ଞତା ଜଣାଇଛନ୍ତି। ଆଲୋଚନାରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?