‘ସରପଞ୍ଚଙ୍କ ଭଲ କାମ ଦେଶକୁ ବାଟ ଦେଖାଇବ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ କରୋନା ପଜିଟିଭ୍‌ ସଂଖ୍ୟା କମୁଛି। ଆରୋଗ୍ୟ ହାର ବଢୁଛି। ମୃତ୍ୟୁହାର ମଧ୍ୟ କମିବାରେ ଲାଗୁଛି। ସରପଞ୍ଚମାନଙ୍କ ଭଲ କାମ ପାଇଁ ସେ ଗର୍ବିତ। ସେମାନଙ୍କ ଭଲ କାମ ଆଗକୁ କୋଭିଡ୍‌ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଗଞ୍ଜାମ ଜିଲାର ସରପଞ୍ଚମାନଙ୍କ ସହ କଥା ହେବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। କରୋନା ସମ୍ପୂର୍ଣ୍ଣ ନିପାତ ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ସରପଞ୍ଚମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଚାୟତକୁ ସଶକ୍ତ କରିବା ପାଇଁ ବିଜୁବାବୁଙ୍କ ଉଦ୍ୟମକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁଙ୍କ ଆଦର୍ଶରେ ବର୍ତ୍ତମାନର ସରକାର ପଞ୍ଚାୟତକୁ ଅଧିକ କ୍ଷମତା ଦେଇଛନ୍ତି। ଜିଲାରେ କରୋନା ସଂକ୍ରମଣର ନିୟନ୍ତ୍ରଣ ପାଇଁ ସରପଞ୍ଚମାନେ ଯେଭଳି ଦକ୍ଷ ନେତୃତ୍ୱର ପରିଚୟ ଦେଇ ବିପତ୍‌କାଳୀନ ପରିସ୍ଥିତିରେ ଉନ୍ନତି ଆଣିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଛନ୍ତି। ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ ଓ ଶଟ୍‌ଡାଉନ କରି କଡ଼ା ପଦକ୍ଷେପ ନେଇଛନ୍ତି। କୋଭିଡ୍‌ କେୟାର ହୋମ୍‌, କୋଭିଡ୍‌ ପରିଚାଳନା କେନ୍ଦ୍ର, ଟେଷ୍ଟିଂ, ସର୍ଭେ କାର୍ଯ୍ୟରେ ସେମାନଙ୍କ ସହଯୋଗ ରହିଛି। କରୋନା ଲଢ଼େଇରେ ଗଞ୍ଜାମ ଜିଲା ଆଗରେ ରହିଛି। ଓଡ଼ିଶା ଫେରିଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଠିକ୍‌ ସମୟରେ ଅସ୍ଥାୟୀ ମେଡିକାଲ କ୍ୟାମ୍ପ କରିବା, ସେଗୁଡ଼ିକର ଉଚିତ୍‌ ପରିଚାଳନା ଓ ଲୋକଙ୍କୁ ସେବା ଯୋଗାଇବାରେ ସରପଞ୍ଚଙ୍କ ଉଦ୍ୟମ ଯୋଗୁ ଏସବୁ ସମ୍ଭବ ହୋଇପାରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ସରକାରଙ୍କ ଉଚିତ କୋଭିଡ୍‌ ପରିଚାଳନା ଯୋଗୁ ଗଞ୍ଜାମ ପରିସ୍ଥିତିରେ ଉନ୍ନତି ଆସିଛି। ଖୁବ୍‌ ଶୀଘ୍ର କରୋନା ସ୍ଥିତି ଦୂର ହେବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଦେଇ ସେମାନଙ୍କ ଉପରେ ଯେଉଁ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ, ତାହା ସଫଳ ହୋଇଛି। ଏହି ଅବସରରେ ସାନଖେମୁଣ୍ଡି, ହିଞ୍ଜିଳି ଓ ଭଞ୍ଜନଗର ବ୍ଲକର ସରପଞ୍ଚମାନେ କୋଭିଡ୍‌ ପରିଚାଳନା ସମ୍ପର୍କରେ ନିଜ ଅଭିଜ୍ଞତା ରଖିବା ସହ ସହ ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ପ୍ରଶାସନର ସହଯୋଗ ପାଇଁ କୃତଜ୍ଞତା ଜଣାଇଛନ୍ତି। ଆଲୋଚନାରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri