ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ପିଣ୍ଟୁ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନାରେ କେସ୍‌ ନଂ.୧୪୨/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଶନିବାର ସକାଳେ ଗ୍ରାମର ନଦୀ ପଠାରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଉଥିବା ନେଇ କିଛି ଗ୍ରାମବାସୀ ଅଭିଯୋଗ କରିବା ପରେ ପିଣ୍ଟୁ ନଦୀକୁ ଯାଇ ଫଟୋ ଉଠାଉଥିବା ବେଳେ ସୁନୀଲ ସେଠାରେ ପହଞ୍ଚି ତାଙ୍କ ସାର୍ଟ କଲର ଧରି ଆପତ୍ତିଜନକ ଭାଷାରେ ଗାଳି କରିବା ସହ ବନ୍ଧୁକ ଦେଖାଇ ମାରିଦେବାକୁ ଧମକ ଦେଇଥିଲେ। ଏଠାରୁ ପଳାଇ ଯାଅ। ନହେଲେ ଗୁଳି କରି ମାରି ଏଠାରେ ପୋତି ଦେବି କହିବାରୁ ପିଣ୍ଟୁ ପୋଲିସକୁ ଫୋନ କରିଥିଲେ।ସୁନୀଲ ଆଣିଥିବା ଧଳା ରଙ୍ଗର ବୋଲେରୋ ଗାଡ଼ି( ନଂ. ଓଡି ୩୩ ଏକ୍ସ ୭୮୮୮) ଯୋଗେ ସେଠାରୁ ପଳାଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ...

କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା

ପ୍ରୟାଗରାଜ,୨୨।୪: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ପ୍ରୟାଗରାଜର ଶକ୍ତି ଦୁବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସମସ୍ତ ପ୍ରାର୍ଥୀ upsc.gov.in କୁ...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri