ସରପଞ୍ଚଙ୍କ ସମ୍ପର୍କୀୟ ସାଜିଛନ୍ତି ଶ୍ରମିକ

ପରଜଙ୍ଗ, ୧୯।୧୧(ଡି.ଏନ୍‌.ଏ.): ସରପଞ୍ଚଙ୍କ ୨ ଭାଇ, ଭାଉଜ, ଶ୍ୱଶୁର, ଶାଳୀ ସମସ୍ତେ ମିଶି କରୁଛନ୍ତି ମାଟି କାମ। ଏ ବାବଦକୁ ସେମାନେ ସରକାରଙ୍କଠାରୁ ମଜୁରି ମଧ୍ୟ ନେଇଛନ୍ତି। ସରକାରୀ ଓ୍ବେବ୍‌ସାଇଟ୍‌ରୁ ମିଳିଥିବା ଏଭଳି ତଥ୍ୟ ଏବେ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ବାସ୍ତବ ଚିତ୍ରକୁ ପଦାକୁ ଆଣିଛି। ସ୍ଥାନୀୟ ଶ୍ରମିକଙ୍କୁ ଅଣଦେଖା କରି ରାତିଅଧିଆ ମେଶିନରେ କାମ କରାଯାଇ ସରକାରୀ ତହବିଲ୍‌ରୁ ଅର୍ଥ ହଡ଼ପ କରାଯାଉଥିବା ଅଭିଯୋଗ ଆସିବା ଏବଂ ବ୍ଲକ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ କରାଯିବ ବୋଲି ସ୍ପଷ୍ଟ କରାଯିବା ପରେ ଏହାକୁ ନେଇ ହରଡ଼ଘଣାରେ ପଡ଼ିଛନ୍ତି ସ୍ଥାନୀୟ ଜନପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ।
ଅଭିଯୋଗ ଅନୁଯାୟୀ, କଙ୍କିଳି ପଞ୍ଚାୟତର ଛପୁଟିଆରୁ କୁସୁମୁଗୋଠ ମୁଣ୍ଡା ସାହିକୁ ସଂଯୋଗ କରୁଥିବା ମାଟି ରାସ୍ତାର ଉନ୍ନୀତକରଣ ଲାଗି ୨୦୨୨-୨୩ ଆର୍ଥିକ ବର୍ଷରେ ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଏଥିଲାଗି ୧୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ କାମ ଜାରି ରହିଛି। ଏହି କାର୍ଯ୍ୟରେ ୧ ଲକ୍ଷ ୯୨ ହଜାର ଟଙ୍କାର ବିଲ୍‌ ହୋଇଥିବାବେଳେ ନଭେମ୍ବର ୧୨ରୁ ୧୮ ତାରିଖ ଯାଏ ୪୨ ଶ୍ରମିକ ନିୟୋଜିତ ଥିବା ବିଭାଗୀୟ ଓ୍ବେବ୍‌ସାଇଟ୍‌ରେ ଉଲ୍ଲେଖ କରାଯାଇଛି। ସବୁଠାରୁ ବଡ଼କଥା ସମ୍ପୃକ୍ତ ଶ୍ରମିକଙ୍କ ମଧ୍ୟରେ ଅଛନ୍ତି ସରପଞ୍ଚ ମକର ଚାନ୍ଦ ସାହୁଙ୍କ ୨ ଭାଇ, ଭାଉଜ, ଶ୍ୱଶୁର ଏବଂ ଶାଳୀ। ହେଲେ ସ୍ଥାନୀୟ ଲୋକଙ୍କ କହିବା କଥା, ଉକ୍ତ ମାଟି ରାସ୍ତା କାମରେ କୌଣସି ଶ୍ରମିକ ନିୟୋଜିତ ହୋଇନାହାନ୍ତି। ରାତିଅଧିଆ ମେଶିନ୍‌ ଲଗାଇ କାମ ହେଉଛି। ଏ ସଂକ୍ରାନ୍ତରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ, ଏପିଓ, ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ବିଡିଓ, କନିଷ୍ଠ ଯନ୍ତ୍ରୀ ଏବଂ ପିଇଓ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ତେବେ ସେତେବେଳକୁ କୌଣସି ଶ୍ରମିକ ଉପସ୍ଥିତ ନ ଥିବା ଦେଖିବାକୁ ମିଳିଥିଲା। କନିଷ୍ଠ ଯନ୍ତ୍ରୀଙ୍କ ବିନା ଏଷ୍ଟିମେଟ୍‌ରେ କିପରି କାମ ହେଉଛି ବୋଲି ଅଧିକାରୀମାନେ ସରପଞ୍ଚଙ୍କୁ ପ୍ରଶ୍ନ କରିଥିଲେ। ଏହି ସମୟରେ ମେଶିନରେ କାମ ହେଉଥିବା ସରପଞ୍ଚ ସେହି ସମୟରେ ସ୍ବୀକାର କରିଥିଲେ। ତେବେ ରାସ୍ତାକାମରେ ହେଉଥିବା ଅନିୟମିତତା ସମ୍ପର୍କରେ ଶୁକ୍ରବାର ପୁନର୍ବାର ଅଭିଯୋଗ ହେବାପରେ ସେ ମତ ବଦଳାଇଛନ୍ତି। ସେ କହିଛନ୍ତି, ରାସ୍ତା କାମର ତଦାରଖ ସେ ନିଜେ କରୁଛନ୍ତି। ମେଟ୍‌ଙ୍କ ଉପସ୍ଥିତିରେ ଶ୍ରମିକମାନେ କାମ କରୁଛନ୍ତି। ମେଶିନ ଲଗାଇ କାମ ହେଉ ନ ଥିବା ସେ ସ୍ପଷ୍ଟୀକରଣରେ କହିଛନ୍ତି।
ଅନ୍ୟପଟେ ଅଭିଯୋଗ ପରେ ବ୍ଲକ ପ୍ରଶାସନ ତତ୍ପର ହୋଇଉଠିଛି। ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ ସଂଗ୍ରାମ କିଶୋର ଭୋଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri