ସର୍ବସାଧାରଣ ପୋଖରୀ ଜବରଦଖଲ

ନୂଆପଡ଼ା,୬ା୫(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୂଳାଭାଟ ପଞ୍ଚାୟତ ଭଏଁଷାଦାଦର ଗାଁରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ସେମାନେ ଏ ନେଇ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଲିଖିତ ଭାବରେ ଜଣାଇଛନ୍ତି। ଏହାର ତଦନ୍ତକରି ଖୁବ୍‌ଶୀଘ୍ର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି ା ସୂଚନା ଅନୁଯାୟୀ ଭଏଁଷାଦାଦର ଗାଁରେ ୧୧ ଏକର ୫୫ ଡେସିମିଲ ପରିମିତ ଏକ ସର୍ବସାଧାରଣ ପୋଖରୀ କୁସୁମକଟା ରହିଛି। ଗାଁ ଲୋକେ ଦୈନିକ ପୋଖରୀ ପାଣି ବ୍ୟବହାର କରିବା ସହ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁ ପାଣି ପିଉଛନ୍ତି ା ଏପରିସ୍ଥଳେ ପୋଖରୀର କିଛି ଅଂଶକୁ କେତେଜଣ ଲୋକ ପୋତି ଚାଷ କାର୍ଯ୍ୟରେ ବ୍ୟବହାର କରୁଛନ୍ତି। ଗ୍ରାମବାସୀ ଅନେକ ଥର ସଭାକରି ମନାକଲା ପରେ ମଧ୍ୟ ସୁଫଳ ମିଳୁନାହିଁ। ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ସମ୍ପୂର୍ଣ୍ଣ ପୋଖରୀ ଚାଷଜମିରେ ପରିଣତ ହୋଇଯିବ ବୋଲି ଗ୍ରାମବାସୀ ଦର୍ଶାଇଛନ୍ତି। ଏହି ସମୟରେ ଭକ୍ତବନ୍ଧୁ ଧରୁଆ, ଭାଗବତ ମାଝି, ହୀରା ରାଉତ, ଗୋଜ ମାଝି, ନେହେରୁ ଶବର ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri