ସର୍ବେଶ୍ୱରଙ୍କୁ ରିମାଣ୍ଡରେ ଆଣିଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ସୋମବାରଠାରୁ ୨ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ପ୍ରଥମେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ଜେରା ଆରମ୍ଭ ହୋଇଛି। ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ଠକେଇ ସହ ପ୍ରଦୀପଙ୍କ ଆକାଉଣ୍ଟରେ ଟଙ୍କା କାରବାର ସଂକ୍ରାନ୍ତରେ ଅଧିକ ତଥ୍ୟ ପାଇବାକୁ ଆଶା ରଖିଛି କ୍ରାଇମବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି ଦେବା ନାଁରେ କିପରି ଠକେଇ ର଼୍ୟାକେଟ୍‌ ଚାଲୁଥିଲା, ଏଥିରେ ବେକାର ଯୁବତୀଯୁବକ ଓ ଅଭିଭାବକଙ୍କୁ କିପରି ଫସାଯାଉଥିଲା ଓ ପ୍ରତି ପିଲା ପିଛା କେତେ ଆଦାୟ କରାଯାଉଥିଲା ସେନେଇ କିଛି ପୁରୁଣା ପ୍ରଶ୍ନ ସହ କେତେକ ନୂଆ ପ୍ରଶ୍ନ ମଧ୍ୟ ପଚରାଯାଇଥିଲା। ତେବେ ଜେରାବେଳେ କ୍ରାଇମ୍‌ବ୍ରାଞ୍ଚ ଅଧିକାରୀମାନେ ସର୍ବେଶ୍ୱରଙ୍କଠାରୁ କିଛି ନୂଆ ତଥ୍ୟ ପାଇଛନ୍ତି। ଠକେଇ ଓ ବେଆଇନ ଅର୍ଥ କାରବାରରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ମିଳିଥିବାରୁ ସେମାନଙ୍କୁ ଗିରଫ ପାଇଁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ବ୍ରହ୍ମପୁର ସମେତ ଅନ୍ୟ କେତେକ ଅଞ୍ଚଳକୁ ଯାଇପାରେ ବୋଲି ବିଶ୍ୱସ୍ତସୂତ୍ରରୁ ଜଣାପଡିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟକାନ୍ତ, ଟାଟା କମ୍ପାନୀ ନାଁରେ ନିଯୁକ୍ତି ଜାଲିଆତି ଓ ଠକେଇ ମାମଲାରେ ତାଙ୍କ ପୁଅ ଆକାଶ ଏବଂ ଏସବୁ ଲିଙ୍କ୍‌ ସହ ବେଆଇନ ଅର୍ଥ କାରବାର ମାମଲାରେ ଆକାଶଙ୍କ ଭାବୀ ଶଶୁର ପ୍ରଦୀପ ଗିରଫ ହୋଇଥିଲେ। ଏହାପରେ ଠକେଇ ଓ ପ୍ରଦୀପଙ୍କ ଲିଙ୍କ୍‌ରେ ଗତ ୧୭ ତାରିଖରେ ସର୍ବେଶ୍ୱରଙ୍କୁ କ୍ରାଇମ୍‌ବ୍ରାଞ୍ଚ ବ୍ରହ୍ମପୁରରୁ ଗିରଫ କରିଥିଲା। ସେହିଭଳି ଆକାଶଙ୍କ ବ୍ୟକ୍ତିଗତ ସହାୟକ ପିଟର ଡେଭିଡ୍‌ଙ୍କୁ ମଧ୍ୟ ପୁଣେରୁ ଆଣି ପଚରାଉଚରା ପରେ ଛାଡ଼ି ଦିଆଯାଇଥିଲା। ମାତ୍ର ସର୍ବେଶ୍ୱରଙ୍କ ସମ୍ପର୍କରେ ସବିଶେଷ ତଥ୍ୟ କ୍ରାଇମବ୍ରାଞ୍ଚ ହାତରେ ଲାଗିଥିଲା। ପୂର୍ବରୂ ଏହି ଲିଙ୍କରେ ଆକାଶ ପାଠକ ୫ ଦିନିଆ ରିମାଣ୍ଡରେ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ୨ ଦିନିଆ ରିମାଣ୍ଡରେ ପଚରାଉଚରା କରିସାରିଛି କ୍ରାଇମବ୍ରାଞ୍ଚ ଟିମ୍‌। ପ୍ରଦୀପଙ୍କ ରାଜନୈତିକ ତଥା ଅର୍ଥନୈତିକ କାରବାର ବୁଝାଶୁଝା କରୁଥିବା ସର୍ବେଶ୍ୱର ଠକେଇରେ ମିଡିଲ୍‌ ମ୍ୟାନ ଥିବାରୁ ତାଙ୍କଠାରୁ ଅଧିକ କିଛି ତଥ୍ୟ ମିଳିବା ଆଶାରେ ତାଙ୍କୁ ରିମାଣ୍ଡରେ ଅଣାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri