ଶାସନ ଶ୍ରୀରାମଚନ୍ଦ୍ରପୁରକୁ ଐତିହ୍ୟ ଗ୍ରାମ ମାନ୍ୟତା ଦିଆଯାଉ

ସାକ୍ଷୀଗୋପାଳ,୧୩।୨(ସ୍ବ.ପ୍ର./ଡି.ଏନ୍‌.ଏ.):ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଆଚାର୍ଯ୍ୟ ଯୁବ ପରିଷଦଙ୍କ ମିଳିତ ସହଯୋଗରେ ଆଚାର୍ଯ୍ୟ ହରିହର ଦାସଙ୍କର ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ରବିବାର ସାରେ ସାକ୍ଷୀଗୋପାଳ ନିକଟସ୍ଥ ଶ୍ରୀରାମଚନ୍ଦ୍ରପୁର ଶାସନରେ ଏକ ସାରସ୍ବତ ସଭାର ଆୟୋଜନ କରାଯାଇଥିଲା। ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟା ଡ. ପ୍ରତିଭା ମହାରଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଶୋକ କୁମାର ମିଶ୍ର ଯୋଗ ଦେଇଥିଲେ। ସମ୍ମାନନୀୟ ଅତିଥି ଏମ୍‌ସ ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ଡା. ଅଶୋକ କୁମାର ମହାପାତ୍ର, ସମ୍ମାନନୀୟ ବକ୍ତା ଅବସରପ୍ରାପ୍ତ ପ୍ରଫେସର ଡା. ପ୍ରେମାନନ୍ଦ ମହାପାତ୍ର, ବରିଷ୍ଠ ଆଇନଜୀବୀ ଉମାବଲ୍ଲଭ ମହାପାତ୍ର, ଶ୍ରୀଜଗନ୍ନାଥ ଗବେଷକ ଡ. ସୁରେନ୍ଦ୍ର କୁମାର ମିଶ୍ର ଯୋଗଦେଇ ଆଚାର୍ଯ୍ୟଙ୍କ ଜୀବନୀ ଦର୍ଶନ ଉପରେ ମତ ରଖିଥିଲେ। ଏହି ଅବସରରେ ଆଚାର୍ଯ୍ୟ ଯୁବ ପରିଷଦ ଶ୍ରୀରାମଚନ୍ଦ୍ରପୁର ଓ ସତ୍ୟବାଦୀ ସେବାଟ୍ରଷ୍ଟ ଆନୁକୂଲ୍ୟରେ ଏକ ସାରସ୍ବତ କବିଙ୍କୁ ନେଇ କବିତା ଆସର ଓ ମାଗଣାରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା। ଶ୍ରୀରାମଚନ୍ଦ୍ରପୁର ଶାସନ ଗ୍ରାମକୁ ଏକ ଐତିହ୍ୟ ଗ୍ରାମ ଓ ପର୍ଯ୍ୟଟନ ସ୍ଥଳୀ ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ ନିମନ୍ତେ ଦସ୍ତଖତ ଅଭିଯାନ କରାଯାଇଥିଲା। ରବୀନ୍ଦ୍ର ନାଥ ଷଡ଼ଙ୍ଗୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଉପସ୍ଥିତ ଅତିଥିଙ୍କ ଦ୍ୱାରା କବିରାଜ ଲୋକନାଥ ମିଶ୍ରଙ୍କ ସ୍ବରଚିତ ଏକ ଲଘୁକାବ୍ୟ ‘ବକୁଳବନ’ ଉନ୍ମୋଚନ କରାଯାଇଥିଲା। ସେବା ଟ୍ରଷ୍ଟର ସମ୍ପାଦକ ସୁଶାନ୍ତ କୁମାର ରଥ, ସଭାପତି ସୁଦର୍ଶନ ପ୍ରଧାନ, ନୀଳକଣ୍ଠ ବାରିକ ଓ ରିତା ତ୍ରିପାଠୀ ପ୍ରମୁଖ ଏହି ସ୍ବାସ୍ଥ୍ୟ ସେବା ଶିବିର ପରିଚାଳନା କରିଥିଲେ। ପ୍ରମୋଦ ନନ୍ଦ, ଆଦିତ୍ୟ ପ୍ରସାଦ ମିଶ୍ର, ଶ୍ରୀରାମ ନନ୍ଦ, ଅଖିଳ ମିଶ୍ର, ପ୍ରଶାନ୍ତ ନାୟକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri