ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ସସ୍ମିତ୍‌ ପାତ୍ର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ସୋମବାର ଶପଥ ନେଇଛନ୍ତି ସସ୍ମିତ୍‌ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ରାଜ୍ୟ ସଭା ନିର୍ବାଚନ ପାଇଁ ଖାଲି ପଡ଼ିଥିବା ୩ଟି ଆସନରେ ବିଜେଡିରୁ ମାନସ ମଙ୍ଗରାଜ, ସୁଲତା ଦେଓ ଓ ସସ୍ମିତ ପାତ୍ର ନିର୍ବାଚିତ ହୋଇଥିଲେ। ପୂର୍ବରୁ ମାନସ ମଙ୍ଗରାଜ ଓ ସୁଲତା ଦେଓ ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଇଥିବା ବେଳେ ଆଜି ସସ୍ମିତ୍‌ ଶପଥ ନେଇଛନ୍ତି।