ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଢେଙ୍କାନାଳ ଲୋକ ସଭା ଆସନ ପାଇଁ ସସ୍ମିତାଙ୍କ ନାମ ଘୋଷଣା କରାଯାଇଛି ବୋଲି ଢେଙ୍କାନାଳ ଜିଲା କଂଗ୍ରେସ ସଭାପତି ସୁନୀଲ ଦାସ ସୂଚନା ପ୍ରଦାନ କରିଛନ୍ତି। କଂଗ୍ରେସ ଦଳ ପ୍ରାର୍ଥୀ ଘୋଷଣା କରିବା ପରେ ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ପୂର୍ବରୁ ବିଜେଡି ଡା. ଅବିନାଶ ସାମଲଙ୍କୁ ଲୋକ ସଭା ପ୍ରାର୍ଥୀ କରିଥିବା ବେଳେ ଭାଜପା ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣିଙ୍କ ନାମ ଘୋଷଣା କରିଥିଲା। ତେଣୁ ବିଜେଡିର ଡା. ଅବିନାଶ ଓ ଭାଜପାର ରୁଦ୍ର ପାଣିଙ୍କୁ କଂଗ୍ରେସ ପ୍ରାର୍ଥୀ ସସ୍ମିତା କଡ଼ା ଟକ୍କର ଦେବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭଜମନ ବେହେରାଙ୍କ ଝିଅ ହେଉଛନ୍ତି ସସ୍ମିତା ବେହେରା। ସେ ଦୀର୍ଘବର୍ଷ ଧରି କଂଗ୍ରେସରୁ ରାଜନୀତି କରି ଆସୁନ୍ତି। ଏପରି କି ୨୦୦୨ ମସିହାରେ ତାଳଚେର ପଞ୍ଚାୟତ ସମିତି ଅଧ୍ୟକ୍ଷା ଭାବେ କାର୍ଯ୍ୟ କରିଥିଲେ। ୨୦୦୭ରେ ଅନୁଗୋଳ ଜିଲା ପରିଷଦ ସଭାପତି ଦାୟିତ୍ୱ ତୁଲାଇଥିଲେ। ୨୦୧୪ରେ କଂଗ୍ରେସ ତାଙ୍କୁ ତାଳଚେର ବିଧାନସଭା ଆସନ ପାଇଁ ପ୍ରାର୍ଥୀ କରିଥିବା ବେଳେ ୨୦୧୯ରେ ଛେଣ୍ଡିପଦା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ସେ ସାଧାରଣ ନିର୍ବାଚନ ଲଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri