ବିଜେଡିରୁ ବିଦା ହେଲେ ଜିଲା ପରିଷଦ ସସ୍ମିତା ମାଝୀ

ଭୁବନେଶ୍ୱର,୨୭।୮: ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ ପରେ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ମାଲକାନଗିରି ମାଥିଲି-୩ ଜିଲା ପରିଷଦ ସଭ୍ୟା ସସ୍ମିତା ମାଝୀ। ଏନେଇ ଦଳ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା। ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହେଉଛନ୍ତି। ଜିଲାରେ ଜାଲ ସାର୍ଟିଫିକେଟ, ଆଧାର କାର୍ଡ, ନକଲି ପୋଲିସ ଅଧିକାରୀ, ନକଲି ମାଓବାଦୀ ଆଦି ଅନେକ ଘଟଣାରେ ଅଭିଯୁକ୍ତମାନେ ଗିରଫ ହୋଇଛନ୍ତି। ବର୍ତ୍ତମାନ ଜନ ପ୍ରତିନିଧି ଓ ରାଜନେତାମାନେ ବେକାର ଉଚ୍ଚଶିକ୍ଷିତ ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନାଁରେ ଟଙ୍କା ଠକେଇ ଘଟଣା ସାମ୍‌ନାକୁ ଆସିଛି।

ମାଲକାନଗିରି ଜିଲା ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନାଁରେ ବହୁ ଲକ୍ଷ ଟଙ୍କା ହଡପ କରି ନେଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ମାଥିଲି ଥାନା ଅନ୍ତର୍ଗତ ମିଲୁଗୁଡା ଗ୍ରାମର ରବିନାରାୟଣ ପୁହାଣ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି, ଯେ, ତାଙ୍କ ପୁଅଙ୍କୁ ଯୋଗାଣ ବିଭାଗରେ ଇନ୍ସପେକ୍ଟର ଚାକିରି କରାଇଦେବା ନାଁରେ ମାଥିଲି ଜିଲା ପରିଷଦ ଜୋନ-୩ ସଭ୍ୟା ସସ୍ମିତା ମାଝି ୨୦୨୩, ଏପ୍ରିଲ ୨୫ରେ ୧ ଲକ୍ଷ ଟଙ୍କା, ଏପ୍ରିଲ ୨୮ ରେ ୩୦ ହଜାର ଟଙ୍କା ନଗଦ ନେଇଥିଲେ।

ପରେ ଭୁବନେଶ୍ୱରରେ ସୁଜାତା ପାଣ୍ଡିଆନଙ୍କ ଭାଇ କହୁଥିବା ରମେଶ ଚନ୍ଦ୍ର ରାଉତଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିରେ ୬ ଲକ୍ଷ ଟଙ୍କା ପଠାଇବାକୁ କହିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କାର୍ଯ୍ୟ ନ ହେବାରୁ ରବିନାରାୟଣ ଏ ସମ୍ପର୍କରେ ସସ୍ମିତାଙ୍କୁ ପଚାରିବାରୁ କିଛି ନ ଶୁଣିବା ସହ ଥାନାରେ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ଫଳରେ ରବିନାରାୟଣ ୧୯ା୮ା୨୪ରେ ମାଥିଲି ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ନଂ. ୧୬୬/୨୪ରେ ମାମଲା ରୁଜୁ କରିଥିଲା। ଘଟଣାର ମାଷ୍ଟର ମାଇଣ୍ଡ ସସ୍ମିତା ମାଝି ଫେରାର ହୋଇଯାଇଥିବା ବେଳେ ଏହାର ମୁଖ୍ୟ ଅଭିଯୁକ୍ତ ରମେଶ ଚନ୍ଦ୍ର ରାଉତଙ୍କୁ କେନ୍ଦ୍ରାପଡ଼ାରୁ ରବିବାର ମାଥିଲି ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri