ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ ସସ୍ମିତା ଓରଫ ଡଲି ଦାସ (୨୪)ଙ୍କୁ ଜଗତ୍‌ସିଂହପୁର-ବାଲିକୁଦା ରାସ୍ତାର ପାକନପୁର ୱେର ହାଉସ ନିକଟ ରାସ୍ତା ପାର୍ଶ୍ୱ ଏକ ବିଲ୍ଡିଂ ପଛ ବିଲରେ କୌଣସି ବ୍ୟକ୍ତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା ମିଳିଛି। ଯୁବତୀଙ୍କ ବାପାଙ୍କ ଅଭିଯୋଗ ଆଧାରରେ ଜଗତ୍‌ସିଂହପୁର ଥାନାରେ ମାମଲା (ନଂ. ୩୩୯/୨୬) ରୁଜୁ କରାଯାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ପ୍ରେମଜନିତ କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଆଇଆଇସି ସୁଶାନ୍ତ ସାହୁ କହିଛନ୍ତି।
ଯୁବତୀଜଣକ ଏକ ଗୋଲାପୀ ରଙ୍ଗର ବାନିଅନ ଓ ଆକାଶ ରଙ୍ଗର ଫୁଲ ପ୍ୟାଣ୍ଟ ପିନ୍ଧିଥିବା ବେଳ ପାଦରେ ଅଳତା ଚିହ୍ନ ରହିଛି। ସେ ପିନ୍ଧିଥିବା ସ୍ପଞ୍ଜ ଚପଲ ନିକଟରେ ପଡିଛି। ତାଙ୍କ ଗୋଡ଼ ପାଖରୁ ଏକ ଗାମୁଛା ମିଳିଛି। ଏଥିସହ ଦୁଇହାତରେ ମୁଦିଥିବା ଦେଖିବାକୁ ମିଳିଛି। ରବିବାର ତାଙ୍କର ନିର୍ବନ୍ଧ ହୋଇଥିଲା। ସୋମବାର ରାତିରୁ ସେ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କଲାପରେ ବି ପାଇ ନ ଥିଲେ। ମଙ୍ଗଳବାର ତାଙ୍କର ମୃତଦେହ ଠାବ କରାଯାଇଛି। ମୁହଁରେ କଳା ଦାଗ ସାଙ୍ଗକୁ ବାମ ହାତକୁ କୌଣସି ଜନ୍ତୁ ଖାଇ ଦେଇଥିବା ଅନୁମାନ କରାଯାଉଛି। କୌଣସି ବ୍ୟକ୍ତି ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବାରୁ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଓ ରକ୍ତ ଛିଟା ପଡିଛି। ଅଧିକ ତଦନ୍ତ ପରେ ହତ୍ୟା କାଣ୍ଡର କାରଣ ସ୍ପଷ୍ଟ ହେବ ବୋଲି ଆଇଆଇସି ସାହୁ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri