ପାଣି ପାଇଁ ରାସ୍ତାରେ ବସିଲେ

ବାସୁଦେବପୁର, ୧।୧୧(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା ଦୂର କରିବା ଓ ତୁରନ୍ତ ପାନୀୟ ଜଳ ପ୍ରଦାନ ଦାବିରେ ବିଦେଇପୁର-କରଞ୍ଜଆଡ଼ିଆ ବଜାରକୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରି ବସି ରହିଥିଲେ। ଫଳରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପାନୀୟ ଜଳ ପାଇପ୍‌ ମାଧ୍ୟମରେ ଠିକ୍‌ ଭାବେ ମିଳିପାରୁ ନ ଥିବାରୁ ପ୍ରତିଦିନ ଶତାଧିକ ଲୋକ ନାହିଁ ନ ଥିବା ହଇରାଣ ହେଉଛନ୍ତି। ବିଦେଇପୁର ପଞ୍ଚାୟତ ଏକ ଲୁଣା ପ୍ରବଳ ଅଞ୍ଚଳ ହୋଇଥିବାରୁ ପାନୀୟ ଜଳ ଏଠାରେ ଏକ ପ୍ରମୁଖ ସମସ୍ୟା। ରାସ୍ତାରୋକୋ ସମ୍ପର୍କରେ ଖବରପାଇ କଷିଆ ସାମୁଦ୍ରିକ ଥାନାଧିକାରୀ ଓ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ଅଧିକାରୀ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ପାନୀୟ ଜଳ ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତାରୋକୋ ହଟିଥିଲା। ଏତଦ୍‌ଭିନ୍ନ ହିତାଧିକାରୀଙ୍କଠାରୁ ବର୍ଦ୍ଧିତ ଭାବେ ଜଳକର ନିଆଯାଉଥିବା ଗ୍ରାମବାସୀ ଅଭିଯୋଗ କରିବା ପରେ ଏ ଦିଗରେ ତଦନ୍ତ ହେବ ବୋଲି ବିଭାଗୀୟ ଅଧିକାରୀ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୮ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୮ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri