ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ

ଭୁବନେଶ୍ବର, ୩୦।୪: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ତାରିଖ ୨ଦିନ ଧରି ୫ଟି ସଚିବ କେନ୍ଦ୍ରାପଡା ଗସ୍ତ କରିଥିଲେ। ଶୁକ୍ରବାର ଗସ୍ତର ୨ୟ ଦିନରେ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ପାଣ୍ଡିଆନ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ବୁଝିଥିଲେ। ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ। ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ।

ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ୨୨କୋଟି ୫୦ଲକ୍ଷ ୭୧ହାଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା, ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ। ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ। ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ଲାଇଟ୍‌ ଏବଂ ସାଉଣ୍ଡର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ଏହି ସମସ୍ତ କାମ ୫ଟି ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?