ସାଟେଲାଇଟ ସ୍କୁଲ ପିଲାଙ୍କୁ ମଧ୍ୟାହ୍ନଭୋଜନ ମିଳୁନି

ଭଞ୍ଜନଗର,୨୮।୯(ଡି.ଏନ.ଏ): ଗତବର୍ଷ ରାଜ୍ୟ ସରକାର ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଅଛନ୍ତି ଏବଂ ଏକ କି.ମି. ମଧ୍ୟରେ ଦୁଇଟି ସ୍କୁଲ ଥିଲେ ଗୋଟିଏକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ନିୟମ ଯୋଗୁ ରାଜ୍ୟରେ ଏଭଳି ହଜାର ହଜାର ସାଟେଲାଇଟ୍‌ ସ୍କୁଲ ବନ୍ଦ ହେଉଥିବାରୁ ଅନେକ ବିଦ୍ୟାଳୟର ପରିଚାଳନା କମିଟି କୋର୍ଟ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଆଇନର ଆଶ୍ରୟ ନେଇଥିବା ସାଟେଲାଇଟ୍‌ ସ୍କୁଲଗୁଡ଼ିକ ଯେଉଁଠି ଥିଲା ସେଇଠି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଅନେକ ସାଟେଲାଇଟ୍‌ ସ୍କୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମିଶି ନ ଥିଲା। ଏଭଳି ସ୍ଥିତିରେ ଚଳିତ ଶିକ୍ଷାବର୍ଷ ଠାରୁ ସାଟେଲାଇଟ ସ୍କୁଲରେ ମଧ୍ୟାହ୍ନଭୋଜନ ସମେତ ଅନ୍ୟାନ୍ୟ ସରକାରୀ ସୁବିଧା ବନ୍ଦ କରି ଦିଆଯାଇଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଭଞ୍ଜନଗର ବ୍ଲକରେ ୨୬ଟି ସାଟେଲାଇଟ୍‌ ସ୍କୁଲ କାର୍ଯ୍ୟକ୍ଷମ ଅଛି। ଆଉ ୧୫ଟି ସାଟେଲାଇଟ୍‌ ସ୍କୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମିଶିଥିଲା। ବ୍ଲକର ୨୬ଟି ସାଟେଲାଇଟ୍‌ ସ୍କୁଲରେ ମଧ୍ୟାହ୍ନ ଭୋଜନ ଓ ଅନ୍ୟ ସରକାରୀ ସୁବିଧା ବନ୍ଦ କରିଦିଆଯାଇଛି । ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି । ଅନ୍ୟପକ୍ଷରେ ଶିକ୍ଷା ଅଧିକାର ଆଇନ ଅନୁସାରେ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯାଇଛି ା ତେଣୁ ସେମାନଙ୍କୁ ମଧ୍ୟାହ୍ନ ଭୋଜନ, ଜୋତା, ଡ଼୍ରେସ ଆଦି ଦିଆଯାଉଛି । ହେଲେ ୯ମ, ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଯୋଜନାରେ ସାମିଲ କରାଯାଉନାହିଁ । ଏଥିପାଇଁ ଉନ୍ନୀତ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବଣ୍ଟନ ଦାୟିତ୍ୱରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀ, ଶିକ୍ଷକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଭଞ୍ଜନଗର ବ୍ଲକରେ ୧୨ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଛି । ସେଗୁଡ଼ିକ ହେଲା ବାହାଡ଼ାପଦର, ଇନ୍ଦାଗଡ଼, ବାଇବାଲି, ଲାଲସିଂ, ସୋମନାଥ ପ୍ରାକ୍ଟିସ୍‌, ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁବି ହାଇସ୍କୁଲ, ଗୋଲାପଡ଼ା, ରାଇପଲ୍ଲୀ, ତଳଜିବିକା, ବ୍ରାହ୍ମଣପଦର, ବୁଦୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟ। ଏସବୁ ବିଦ୍ୟାଳୟରେ ଗୋଟିଏ କ୍ୟାମ୍ପସ ମଧ୍ୟରେ ପ୍ରଥମରୁ ୧୦ମ ଶ୍ରେଣୀ ଥିବା ବେଳେ କେବଳ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦେବା ନିୟମ ଅଛି । ଏସବୁ ସ୍କୁଲରେ ସରକାର ୯ମ,୧୦ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏ ନେଇ ଭଞ୍ଜନଗର ବିଇଓ ଏସ୍‌. ଧନଞ୍ଜୟଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ଫୋନ ଲାଗି ନ ଥିବାରୁ ମତାମତ ନିଆଯାଇପାରିନାହିଁ । ଜଣେ ସିଆରସିସି କହିଛନ୍ତି, ବ୍ଲକର ସାଟେଲାଇଟ୍‌ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଚଳିତ ଶିକ୍ଷାବର୍ଷର କୌଣସି ସୁବିଧା ଆସିନାହିଁ। କେବଳ ଶିକ୍ଷକମାନେ
ଯାଇ ପାଠ ପଢ଼ାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?