ସତ୍ୟଭାମାପୁର ମଧୁସ୍ମୃତି ପୀଠର ଉନ୍ନତୀକରଣ ହେବ

କଟକ ଅଫିସ, ୧୧ା୪: କଟକ ଜିଲା ସତ୍ୟଭାମାପୁରସ୍ଥିତ ମଧୁବାବୁଙ୍କ ଜନ୍ମପୀଠକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ମିଳିଛି। ରାଜ୍ୟ ସରକାର ମଧୁସ୍ମୃତି ପୀଠର ପାରିପାର୍ଶ୍ୱିିକ ବିକାଶ ନିମନ୍ତେ ଏକ ନକ୍ସା ପ୍ରସ୍ତୁତ କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ ଅଧ୍ୟକ୍ଷତା କରି କହିଥିଲେ, ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ଭଳି ଏକ ସୁବିଧା କେନ୍ଦ୍ର, ସଂଯୋଗକାରୀ ରାସ୍ତା, ଯାନ ରହଣିସ୍ଥଳ, ମଧୁବାବୁ ସ୍ମୃତିପୀଠକୁ ଯାତ୍ରା କରିବା ପାଇଁ ବ୍ୟାଟେରୀଚାଳିତ ଯାନ ଉପଲବ୍ଧ କରାଯିବ। ଏଥିସହ ସ୍ମୃତିପୀଠସ୍ଥିତ ମଧୁବାବୁଙ୍କ ଜନ୍ମସ୍ଥଳୀ, ପୈତୃକ ଘର, ପାଠାଗାର, ସଂଗ୍ରହାଳୟ ଓ ସମଗ୍ର ପରିସରର ପାରିପାର୍ଶ୍ୱିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ନିମନ୍ତେ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ। ସେହିପରି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଥିଲେ, ରାଜ୍ୟ ସରକାର ଯେକୌଣସି ପୀଠର ଉନ୍ନତୀକରଣ କରିବା ପୂର୍ବରୁ ଉକ୍ତ ଜମିର ମାଲିକାନା ସରକାରଙ୍କ ନାମରେ ନାମିତ ହେବା ବିଧେୟ। ଏଣୁ କସ୍ତୁରବା ଗାନ୍ଧୀ ଜାତୀୟ ସ୍ମାରକୀନିଧି ଓ ମଧୁସ୍ମୃତି ପରିଷଦ ମାଲିକାନାରେ ଥିବା ଜମିକୁ ସରକାରୀ ଖାତାକୁ ହସ୍ତାନ୍ତର କରିବା ଆବଶ୍ୟକତା ରହିଛି। ସ୍ମୃତିପୀଠରେ ଥିବା କନ୍ୟାଶ୍ରମକୁ ଏକ ସୁଖ୍ୟାତ କେନ୍ଦ୍ରରେ ପରିଣତ କରିବା ନିମନ୍ତେ ଜମି ଉପଲବ୍ଧ କରାଇବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଚୟନୀ କହିଥିଲେ। ଉକ୍ତ ବୈଠକରେ କସ୍ତୁରବା ଗାନ୍ଧୀ ଜାତୀୟ ସ୍ମାରକୀନିଧିର ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଗାୟତ୍ରୀ ଦାସ, ପ୍ରତିନିଧି ସନ୍ଧ୍ୟାରାଣୀ ମଲ୍ଲିକ ଯୋଗଦେଇ ଜମି ହସ୍ତାନ୍ତର ପ୍ରସ୍ତାବରେ ସହମତି ପ୍ରକାଶ କରିଥିଲେ। ତେବେ ବିଧିବଦ୍ଧ ଭାବେ ୭ ଦିନ ମଧ୍ୟରେ ଲିଖିତ ଆକାରରେ ଏ ସମ୍ବନ୍ଧରେ ଅବଗତ କରାଇବେ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ଓଡ଼ିଶା ସେତୁ ନିର୍ମାଣ ନିଗମର ସ୍ଥପତି ଅକ୍ଷୟ କୁମାର ବେହୁରିଆ ଯୋଗଦେଇ ପ୍ରକଳ୍ପର ପ୍ରସ୍ତାବିତ ରୂପରେଖ ପ୍ରଦର୍ଶନ କରିଥିଲେ।
ମଧୁସ୍ମୃତିପୀଠ ପରିସରସ୍ଥିତ ସଂଗ୍ରହାଳୟରେ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ, ଆଲୋକ ଓ ଧ୍ୱନିର ସମିଶ୍ରଣରେ ସ୍ମୃତିପୀଠର ଇତିବୃତାନ୍ତ ଦୃଶ୍ୟ ଓ ଶ୍ରାବ୍ୟମାନ କରାଯିବା ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଅମ୍ବର କୁମାର କର, ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ର, ରାଜସ୍ବ ଆୟୁକ୍ତଙ୍କ ଅତିରିକ୍ତ ସଚିବ ଆଶୁତୋଷ ସାମଲ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ଓଡ଼ିଶା ସେତୁ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଜେ.କେ ଦାସ, ଉପନିର୍ଦ୍ଦେଶକ (ପର୍ଯ୍ୟଟନ) ସୁଜାତା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri