ସତ୍ୟଭାମାପୁର ମଧୁସ୍ମୃତି ପୀଠର ଉନ୍ନତୀକରଣ ହେବ

କଟକ ଅଫିସ, ୧୧ା୪: କଟକ ଜିଲା ସତ୍ୟଭାମାପୁରସ୍ଥିତ ମଧୁବାବୁଙ୍କ ଜନ୍ମପୀଠକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ମିଳିଛି। ରାଜ୍ୟ ସରକାର ମଧୁସ୍ମୃତି ପୀଠର ପାରିପାର୍ଶ୍ୱିିକ ବିକାଶ ନିମନ୍ତେ ଏକ ନକ୍ସା ପ୍ରସ୍ତୁତ କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ ଅଧ୍ୟକ୍ଷତା କରି କହିଥିଲେ, ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ଭଳି ଏକ ସୁବିଧା କେନ୍ଦ୍ର, ସଂଯୋଗକାରୀ ରାସ୍ତା, ଯାନ ରହଣିସ୍ଥଳ, ମଧୁବାବୁ ସ୍ମୃତିପୀଠକୁ ଯାତ୍ରା କରିବା ପାଇଁ ବ୍ୟାଟେରୀଚାଳିତ ଯାନ ଉପଲବ୍ଧ କରାଯିବ। ଏଥିସହ ସ୍ମୃତିପୀଠସ୍ଥିତ ମଧୁବାବୁଙ୍କ ଜନ୍ମସ୍ଥଳୀ, ପୈତୃକ ଘର, ପାଠାଗାର, ସଂଗ୍ରହାଳୟ ଓ ସମଗ୍ର ପରିସରର ପାରିପାର୍ଶ୍ୱିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ନିମନ୍ତେ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ। ସେହିପରି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଥିଲେ, ରାଜ୍ୟ ସରକାର ଯେକୌଣସି ପୀଠର ଉନ୍ନତୀକରଣ କରିବା ପୂର୍ବରୁ ଉକ୍ତ ଜମିର ମାଲିକାନା ସରକାରଙ୍କ ନାମରେ ନାମିତ ହେବା ବିଧେୟ। ଏଣୁ କସ୍ତୁରବା ଗାନ୍ଧୀ ଜାତୀୟ ସ୍ମାରକୀନିଧି ଓ ମଧୁସ୍ମୃତି ପରିଷଦ ମାଲିକାନାରେ ଥିବା ଜମିକୁ ସରକାରୀ ଖାତାକୁ ହସ୍ତାନ୍ତର କରିବା ଆବଶ୍ୟକତା ରହିଛି। ସ୍ମୃତିପୀଠରେ ଥିବା କନ୍ୟାଶ୍ରମକୁ ଏକ ସୁଖ୍ୟାତ କେନ୍ଦ୍ରରେ ପରିଣତ କରିବା ନିମନ୍ତେ ଜମି ଉପଲବ୍ଧ କରାଇବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଚୟନୀ କହିଥିଲେ। ଉକ୍ତ ବୈଠକରେ କସ୍ତୁରବା ଗାନ୍ଧୀ ଜାତୀୟ ସ୍ମାରକୀନିଧିର ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଗାୟତ୍ରୀ ଦାସ, ପ୍ରତିନିଧି ସନ୍ଧ୍ୟାରାଣୀ ମଲ୍ଲିକ ଯୋଗଦେଇ ଜମି ହସ୍ତାନ୍ତର ପ୍ରସ୍ତାବରେ ସହମତି ପ୍ରକାଶ କରିଥିଲେ। ତେବେ ବିଧିବଦ୍ଧ ଭାବେ ୭ ଦିନ ମଧ୍ୟରେ ଲିଖିତ ଆକାରରେ ଏ ସମ୍ବନ୍ଧରେ ଅବଗତ କରାଇବେ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। ଓଡ଼ିଶା ସେତୁ ନିର୍ମାଣ ନିଗମର ସ୍ଥପତି ଅକ୍ଷୟ କୁମାର ବେହୁରିଆ ଯୋଗଦେଇ ପ୍ରକଳ୍ପର ପ୍ରସ୍ତାବିତ ରୂପରେଖ ପ୍ରଦର୍ଶନ କରିଥିଲେ।
ମଧୁସ୍ମୃତିପୀଠ ପରିସରସ୍ଥିତ ସଂଗ୍ରହାଳୟରେ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ, ଆଲୋକ ଓ ଧ୍ୱନିର ସମିଶ୍ରଣରେ ସ୍ମୃତିପୀଠର ଇତିବୃତାନ୍ତ ଦୃଶ୍ୟ ଓ ଶ୍ରାବ୍ୟମାନ କରାଯିବା ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଅମ୍ବର କୁମାର କର, ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ର, ରାଜସ୍ବ ଆୟୁକ୍ତଙ୍କ ଅତିରିକ୍ତ ସଚିବ ଆଶୁତୋଷ ସାମଲ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ଓଡ଼ିଶା ସେତୁ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଜେ.କେ ଦାସ, ଉପନିର୍ଦ୍ଦେଶକ (ପର୍ଯ୍ୟଟନ) ସୁଜାତା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?