‘ଲୋକଙ୍କ ଆବଶ୍ୟକତା ପୂରଣ କର’

ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ଏହି ଆହ୍ବାନ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ସହରଗୁଡିକର ସ୍ବଚ୍ଛତାକୁ ନେଇ ପାୈର ସଂସ୍ଥାଗୁଡିକୁ ପ୍ରଶଂସା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା ପାଇଁ ପାୈର ସଂସ୍ଥାଗୁଡିକୁ ପ୍ରଶଂସା କରିଛନ୍ତି। ମହାମାରୀ ସମୟରେ ସଫେଇ ଯୋଦ୍ଧାମାନଙ୍କର ଅନବରତ ଓ ଉତ୍ସର୍ଗୀକୃତ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ସହରାଞ୍ଚଳ ପରିମଳ ବ୍ୟବସ୍ଥାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକର ଭୂମିକା ସମ୍ପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା ସଶକ୍ତୀକରଣ ହେଉଛି ଆମ ସରକାର ଏକ ସଫଳ ମନ୍ତ୍ରରୁ ଗୋଟିଏ। ମିଶନ ଶକ୍ତି ସଦସ୍ୟାମାନେ କପଡାରେ ମାସ୍କ ତିଆରି କରି ପରିମଳ ବ୍ୟବସ୍ଥାକୁ ସଫଳ କରିଥିବାରୁ ସେମାନଙ୍କର ଏହି କଠିନ ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦୦ ମାଇକ୍ରୋ କମ୍ପୋଜିଟ ସେଣ୍ଟର ଏବଂ ୫୦ ସାମଗ୍ରୀ ପୁନରୁଦ୍ଧାର ସୁବିଧା(ମାଟେରିଆ ରିକଭରି ଫାସିଲିଟି)କୁ ଲୋକାର୍ପଣ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ୫୧ ସେପ୍ଟେଜ ଟ୍ରିଟମେଣ୍ଟ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି। ରାଜ୍ୟ ସରକାର ପରିମଳ ପରିଚାଳନା ପାଇଁ ଗୋଷ୍ଠୀଭିତ୍ତିକ ସଂଗଠନକୁ ନିୟୋଜିତ କରିବା ଦିଗରେ ଉଦ୍ୟମ କରି ଆସିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା, ଅନୁଗୋଳ, ବାଲେଶ୍ୱର ଏବଂ ଢେଙ୍କାନାଳ ମ୍ୟୁନିସିପାଲିଟିର ସେପ୍ଟେଜ ଟ୍ରିିଟମେଣ୍ଟ ପ୍ଲାଣ୍ଟ ପରିଚାଳନା ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ମିଶନ ଶକ୍ତି ଗୋଷ୍ଠୀକୁ ପ୍ରଦାନ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ସେବା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ୫-ଟି ଅନ୍ତର୍ଗତ ‘ଆମ ସହର’ ମୋବାଇଲ ଆପ ଏବଂ ସ୍ବଚ୍ଛ ସହର ଓଡିଶା ୱେବ୍‌ ଆପ୍‌ର ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ପାୈର ସଂସ୍ଥାଗୁଡିକ ସେମାନଙ୍କର ବିନିଯୋଗ ସାର୍ଟିଫିକେଟ ଅନ୍‌ଲାଇନ୍‌ ମାଧ୍ୟମରେ ଦାଖଲ କରିବା ସହ ଉତ୍ତମ ଆର୍ଥିକ ପରିଚାଳନା କରିପାରିବେ। ଏହି ଅବସରରେ ପରିମଳ ସମ୍ପର୍କିତ ଏକ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି।
ସ୍ବଚ୍ଛ ସର୍ବେକ୍ଷଣ ଅଭିଯାନ-୨୦୨୦ରେ ଉତ୍ତମ ପ୍ରଦର୍ଶନ କରିଥିବା ପାୈର ସଂସ୍ଥା ବ୍ରହ୍ମପୁର ମହାନଗର ନିଗମ, ପାରାଦୀପ ମ୍ୟୁନିସିପାଲିଟି, ଯୋଡା ମ୍ୟୁନିସିପାଲିଟି, କୋଟପାଡ ଏନ୍‌ଏସି, ବଡବିଲ ମ୍ୟୁନିସିପାଲିଟି, ଢେଙ୍କାନାଳ ମ୍ୟୁନିସିପାଲିଟି, ରାଜଗାଙ୍ଗପୁର, ବ୍ୟାସନଗର ଏବଂ ଚାୈଦ୍ୱାର ମ୍ୟୁନିସିପାଲିଟିକୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅର୍ଥ ବିଭାଗ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?