Posted inUncategorized

ଆଇଜି ହେଲେ ଗଜଭିୟେ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ବରିଷ୍ଠ ଆଇପିଏସ୍‌ ଅଫିସର ଗଜଭିୟେ ସତୀଶ୍‌ କୁମାର ଈଶ୍ୱରଦାସ ଇନ୍‌ସପେକ୍ଟର ଜେନେରାଲ ଅଫ୍‌ ପୋଲିସ୍‌ (ଆଇଜିପି) ର଼୍ୟାଙ୍କ୍‌କୁ ପଦୋନ୍ନତି ପାଇଛନ୍ତି। ଏହି ପଦୋନ୍ନତି ୨୦୨୦ ଜାନୁୟାରୀ ପହିଲାଠାରୁ ପିଛିଲା ଭାବେ ଲାଗୁ ହେବ। ତେବେ ସେ କେଉଁ ସ୍ଥାନରେ ନିଯୁକ୍ତି ପାଇବେ, ତାହା ରାଜ୍ୟ ଗୃହ ବିଭାଗ ନିଷ୍ପତ୍ତି ନେବ।
ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୨ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଗଜଭିୟେ ବର୍ତ୍ତମାନ ଭୁବନେଶ୍ୱରରେ ଥିବା ଅର୍ବାନ୍‌ ପୋଲିସ୍‌ ଆଣ୍ଡ୍‌ ଟ୍ରାଫିକ୍‌ ଟେନିଂ ଇନ୍‌ଷ୍ଟିଚ୍ୟୁଟ୍‌ର ପ୍ରିନ୍ସିପାଲ ଭାବେ କାର୍ଯ୍ୟ କରୁଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ୨୦୨୧ ଡିସେମ୍ବରରେ ତାଙ୍କ ବିରୋଧରେ ଥିବା ସମସ୍ତ ଶୃଙ୍ଖଳାଗତ ମାମଲାକୁ ରାଜ୍ୟ ସରକାର ଖାରଜ କରିବା ପରେ ତାଙ୍କୁ ପିଛିଲା ଭାବେ ଡିଆଇଜି ଓ ଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଗଜଭିୟେ ୨୦୧୬ ଫେବୃୟାରୀ ୨୩ରୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ପାଇବା ସହ ସମସ୍ତ ପ୍ରକାର ସୁବିଧା ସୁଯୋଗ ପାଇବେ। ସେହିପରି ୨୦୨୦ ଜାନୁୟାରୀ ୧ରୁ ସେ ଆଇଜି ପାହ୍ୟାର ସମସ୍ତ ସୁବିଧାସୁଯୋଗ ପାଇବେ। ଉଲ୍ଲେଖଯୋଗ୍ୟ, ଗଜଭିୟେ କେନ୍ଦ୍ରାପଡ଼ା ଏସ୍‌ପି ଥିବା ସମୟରେ ସାରଥି ବାବା ମାମଲାରେ ବିବାଦୀୟ ହୋଇପଡ଼ିଥିଲେ। ତେବେ ସେ ମାଲକାନଗିରି ଏସ୍‌ପି ଥିବାବେଳେ ମାଓବାଦୀ ନେତାଙ୍କୁ ଗିରଫ କରି ପ୍ରଶଂସିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri