Posted inଖେଳ

ସନ୍ତୋଷ ମେମୋରିଆଲ କ୍ରିକେଟ ଉଦ୍‌ଘାଟିତ

ଭୁବନେଶ୍ୱର, ୨୫।୧୨(ତପନ ସ୍ବାଇଁ): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ୨୪ତମ ସନ୍ତୋଷ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ରବିବାର ସ୍ଥାନୀୟ ଗଡ଼ ଗୋପୀନାଥ ପ୍ରସାଦ (ଜିଜିପି) ସ୍କୁଲ ପଡ଼ିଆରେ ଆରମ୍ଭ ହୋଇଛି। ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଛନ୍ତି। ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁରେଶ କୁମାର ରାଉତରାୟ, ଗୀତାଞ୍ଜଳି ଆଓ୍ବାଡର୍‌ସର ପରିଚାଳନା ନିର୍ଦ୍ଦେଶକ ବୁଦ୍ଧ ପ୍ରକାଶ ମହାପାତ୍ର, ସାମାଜିକ କର୍ମୀ ପ୍ରଦୀପ ବରିସଲ ପ୍ରମୁଖ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ମ୍ୟାଚରେ କଟକର ସନ୍‌ ଏକାଦଶ ୬ ଉଇକେଟରେ ବିନ୍‌ଦାଶ ଏକାଦଶକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ବିନ୍‌ଦାଶ ଏକାଦଶ ୧୨ ଓଭରରେ ୭ ଉଇକେଟ ହରାଇ ୧୪୭ ରନ କରିଥିଲା। ଦଳ ପକ୍ଷରୁ ଜିତୁ ସାହୁ ସର୍ବାଧିକ ୩୧ ରନ କରିଥିଲେ। ବିପକ୍ଷ ଦଳର ସୂର୍ଯ୍ୟକାନ୍ତ ୨୭ ରନ ବିନିମୟରେ ୩ ଉଇକେଟ ହାସଲ କରିଥିଲେ। ଜବାବରେ ସନ୍‌ ଏକାଦଶ ୧୨ ଓଭରରେ ୪ ଉଇକେଟ ହରାଇ ୧୫୧ ରନ ସଂଗ୍ରହ କରି ନେଇଥିଲା। ବ୍ରାଉନ୍‌ ଯାଦବ ୧୪ ବଲ୍‌ରୁ ୩୧ ରନକରି ଦଳକୁ ବିଜୟୀ କରିଥିଲେ। ବିନଦାଶ ଦଳର ତରୁଣ ପଟ୍ଟନାୟକ ୨ଟି ଉଇକେଟ ନେଇଥିଲେ। ବିଜୟୀ ଦଳର ବ୍ରାଉନ୍‌ ଯାଦବ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଅମ୍ପାୟର ଅଜିତ ନାୟକ ଓ ଶୁଭ୍ର ପଟ୍ଟନାୟକ ମ୍ୟାଚ ପରିଚାଳନା କରିଥିଲେ। ମ୍ୟାଚ୍‌ ରେଫରି ଦାୟିତ୍ୱ ନିର୍ବାହ କରିଥିଲେ ସୁଧାଂଶୁ ଖୁଣ୍ଟିଆ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?