ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ ବିଗତ ଦିନରେ କ୍ୟାନପି ୱାକ ମୁଖ୍ୟ ଆକର୍ଷଣ ପାଲଟିଥିବା ବେଳେ ଚଳିତ ବର୍ଷ ଶଗଡ଼ଗାଡ଼ି ପର୍ଯ୍ୟଟକଙ୍କ ପାଇଁ ସେଲ୍‌ଫି ପଏଣ୍ଟ ପାଲଟିବ ବୋଲି ପରିଚାଳନା କମିଟି ତରଫରୁ ସୂଚନା ମିଳିଛି।
ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ନୟାଗଡ଼ ଜିଲା ଗଣିଆ ବ୍ଲକ ସାଉଥ୍‌ ବଡ଼ମୂଳ ମଙ୍ଗାନାସୀଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ଅନ୍ୟତମ। ପ୍ରତିବର୍ଷ ଭଳି ଚଳିତ ବର୍ଷ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ସଜେଇ ହେଉଛି। ମହାନଦୀର ବାଲୁକା ଶଯ୍ୟାରେ ଲାଗୁଥିବା ବାଲୁକା ଟେଣ୍ଟଗୁଡିକର ନିର୍ମାଣ କାର୍ଯ୍ୟ ବିଳମ୍ବ ହୋଇଥିଲେ ମଧ୍ୟ ଚଳିତ ମାସ ୧୫ରେ ଏହାର ଶୁଭ ଉଦ୍‌ଘାଟନ କରାଯିବା ପାଇଁ ସ୍ଥିର ହୋଇଥିବା ମୁଦୁଲିଗାଡିଆ ମା’ସାତଭଉଣୀ ପର୍ଯ୍ୟଟନ ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି। ପୂର୍ବବର୍ଷ ପରି ମହାନଦୀର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଉପରେ ଚଳିତ ବର୍ଷ ୧୬ଟି ଅଣ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ଟେଣ୍ଟ ନିର୍ମାଣ କରାଯିବ। ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଲେ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ୍ରମେ ଆବଶ୍ୟକସ୍ଥଳେ ଟେଣ୍ଟ ସଂଖ୍ୟାକୁ ବୃଦ୍ଧି କରାଯିବ ବୋଲି ସୂଚନା ମିଳିଛି। ସାତକୋଶିଆ ଗଣ୍ଡକୁ ଲାଗି ରହିଥିବା ଏହି ପର୍ଯ୍ୟଟନସ୍ଥଳୀ ନିକଟରେ ମହାନଦୀର ନୀଳ ଜଳରାଶି ଉପରେ ବୋଟିଂର ମଜା ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ବେଶ୍‌ ଆକୃଷ୍ଟ କରିବ। ସେହିପରି ପିଲାଙ୍କ ପାଇଁ ଖେଳଣା ପାର୍କ, ଦୋଳି, ପର୍ଯ୍ୟଟକଙ୍କ ପାଇଁ ଭଲି, ବ୍ୟାଡ୍‌ମିଣ୍ଟନ, ସାଇକେଲିଂ, ଜଙ୍ଗଲ ଟ୍ରାକିଂ, ରୋପ୍‌ ୱେ, ଲାଇବ୍ରେରି, ବୋଟିଂ, କ୍ୟାମ୍ପ ଫାୟାର ଓ ମନୋରଞ୍ଜନ ପାଇଁ ଲୋକକଳା ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା ଥିବାରୁ ବର୍ଷସାରା ଦେଶ ବିଦେଶରୁ ବହୁ ପର୍ଯ୍ୟଟକଙ୍କ ଆଗମନ ଆରମ୍ଭ ହେଉଛି। ପର୍ଯ୍ୟଟନ ଋତୁରେ ବାଲୁକା ଶଯ୍ୟାରେ ଅସ୍ଥାୟୀ ଟେଣ୍ଟ ବ୍ୟତୀତ ମଙ୍ଗାନାସୀ ପାହାଡ଼ରେ ୩ଟି ଶୀତତାପ ନିୟନ୍ତ୍ରିତ କଟେଜ ଓ ପାହାଡ଼ ପାଦଦେଶରେ ୪ଟି ଶୀତତାପ ନିୟନ୍ତ୍ରିତ ଟେଣ୍ଟ ବର୍ଷ ତମାମ ପର୍ଯ୍ୟଟକଙ୍କ ପାଇଁ ରହିଛି। ତେବେ ପ୍ରକୃତିରାଣୀ କୋଳରେ ଜୈବ ବିବିଧତାର ଗନ୍ତାଘର ପାଲଟିଥିବା ସାତକୋଶିଆ ଗଣ୍ଡରେ ରଙ୍ଗବେରଙ୍ଗର ଦେଶୀୟ ଓ ବିଦେଶୀ ପକ୍ଷୀଙ୍କୁ ସମାଗମ ଦେଖି ପର୍ଯ୍ୟଟକମାନେ ଖୁସି ହେବା ସହ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ମଜା ଉଠାଇ ଥାଆନ୍ତି। ସେଥିପାଇଁ ବହୁ ପ୍ରକୃତିପ୍ରେମୀଙ୍କ ସେଠାକୁ ଆଗମନ ହୋଇଥାଏ।
ସେହିପରି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ମଙ୍ଗାନାସୀ, ବଡମୂଳ ଆଦି ସ୍ଥାନରେ ବଣଭୋଜି ପାଇଁ ଧୀରେ ଧୀରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଲାଣି। ପର୍ଯ୍ୟଟକଙ୍କୁ ବଣଭୋଜି ପାଇଁ ବଡମୂଳଠାରେ ପିଣ୍ଡି ନିର୍ମାଣ କରାଯିବା ସହ ବଡମୂଳ ଓ ମାଳିସାହି ୨ଟି ସ୍ଥାନରେ ବୋଟିଂ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri