Posted inଜାତୀୟ

ସତପୁରା ଭବନ ଅଗ୍ନିକାଣ୍ଡ: ଏକ ବଡ ଦୁର୍ନୀତି ମାମଲା, ଅନୁସନ୍ଧାନ କରାଯିବାକୁ କହିଲେ କମଲ ନାଥ…

ଭୋପାଳ,୧୩।୬ : ମଧ୍ୟପ୍ରଦେଶର ଭୋପାଳରେ ଅବସ୍ଥିତ ବିଭିନ୍ନ ସରକାରୀ ବିଭାଗର କାର୍ଯ୍ୟାଳୟ ଥିବା ସତପୁରା ବିଲ୍ଡିଂରେ ନିଆଁ ଲାଗିବା ସହିତ ରାଜ୍ୟର ରାଜନୈତିକ ଉଷ୍ମତା ମଧ୍ୟ ବୃଦ୍ଧି ପାଇଛି। ପ୍ରାୟ ୧୪ ଘଣ୍ଟା ପରିଶ୍ରମ ପରେ ସେନା, ସିଏସଏଫ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ କଂଗ୍ରେସ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ପ୍ରଶ୍ନ କରିଛନ୍ତି ନିଆଁ ଲାଗିଛି ନା ଲଗାଯାଇଛି ଏହାର ତଦନ୍ତ ଜରୁରୀ। ଏହା ଦୁର୍ନୀତିର ଏକ ବଡ ମାମଲା । ଏକ ନିରପେକ୍ଷ ଏଜେନ୍ସି ଦ୍ୱାରା ଏହାର ଅନୁସନ୍ଧାନ କରାଯିବା ଆବଶ୍ୟକ।

ମଙ୍ଗଳବାର କମଲ ନାଥ କହିଛନ୍ତି, ’ଏହା ଦୁର୍ନୀତିର ଆଉ ଏକ ଉଦାହରଣ। ପ୍ରଶ୍ନ ହେଉଛି ବର୍ତ୍ତମାନ ପର୍ଯ୍ୟନ୍ତ ଏହା କୁହାଯାଉଛି ୧୨ ହଜାର ଫାଇଲ ପୋଡି ଯାଇଛି। ତେବେ ପ୍ରକୃତରେ କେତେ ଫାଇଲ ପୋଡି ଯାଇଛି? ଏହି ଘଟଣାର ଲକ୍ଷ୍ୟ, ଉଦ୍ଦେଶ୍ୟ କ’ଣ ଥିଲା?

ଅଗ୍ନିକାଣ୍ଡର ତଦନ୍ତ ପାଇଁ ଗଠିତ କମିଟି ମଙ୍ଗଳବାର ଅପରାହ୍ନ ୧ ଟାଠାରୁ କାର୍ଯ୍ୟ ଆରମ୍ଭ କରିଛି।

ସେହିଭଳି ଭୋପାଳ କଲେକ୍ଟର ଆଶିଷ ସିଂ କହିଛନ୍ତି ନିଆଁକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇଛି। ଆମର ପ୍ରାଥମିକତା ଥିଲା ମାନବ ଜୀବନର କୌଣସି କ୍ଷତି ନ ହେବା ଏବଂ ନିଆଁ ଆଖପାଖ ଅଞ୍ଚଳରେ ଯେପରି ନ ବ୍ୟାପୁ। ଆମେ ଏଥିରେ ସମ୍ପୂର୍ଣ୍ଣ ସଫଳ ହୋଇଥିଲୁ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପରିସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri