ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ହାଇଭୋଲ୍ଟେଜ୍ ମ୍ୟାଚରେ ଅରୁଣପୁରକୁ ପରାସ୍ତ କରି ଅଙ୍ଗାରଗାଁ ଦଳ ଫାଇନାଲରେ ପ୍ରବେଶ କରିଛି।

ଏହି ସେମିଫାଇନାଲ ମ୍ୟାଚରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ ମ୍ୟାଚର ଶୁଭାରମ୍ଭ କରିଥିଲେ। ଅରୁଣପୁର ଓ ଅଙ୍ଗାରଗାଁ ଦଳ ମଧ୍ୟରେ ଅନୁଷ୍ଠିତ ଏହି ମ୍ୟାଚରେ ଅଙ୍ଗାରଗାଁ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ନିର୍ଦ୍ଧାରିତ ୧୦ ଓଭରରେ ୧୫୩ ରନର ଏକ ସ୍କୋର ଛିଡ଼ା କରିଥିଲା।

୧୫୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅରୁଣପୁର ଦଳ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଅଙ୍ଗାରଗାଁ ଦଳର ସାଉଣ୍ଡ ବୋଲିଂ ଆଗରେ ଆବଶ୍ୟକ ରନ କରି ନ ପାରି ଅରୁଣପୁର ଦଳ ସମ୍ପୂର୍ଣ୍ଣ ଅଲ୍‌ଆଉଟ୍ ହୋଇଯାଇଥିଲା। ଫଳରେ ଅଙ୍ଗାରଗାଁ ଦଳ ଏକ ଦମଦାର ବିଜୟ ସହ ଫାଇନାଲ ଟିକେଟ ହାସଲ କରିଛି।

ଆୟୋଜକଙ୍କ ସୂଚନା ଅନୁଯାୟୀ, ଏହି ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ଆସନ୍ତା ରବିବାର ଦିନ ଏହି ପ୍ରତିଯୋଗିତାର ମେଗା ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିରେ ଶକ୍ତିଶାଳୀ ମଧୁରଚୁଆ ଦଳ ଏବଂ ଅଙ୍ଗାରଗାଁ ଦଳ ମଧ୍ୟରେ ଏକ କଡ଼ା ମୁକାବିଲା ଦେଖିବାକୁ ମିଳିବ ବୋଲି କ୍ରୀଡ଼ାପ୍ରେମୀ ଓ ଦର୍ଶକମାନେ ଆଶା ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?