ଅର୍ଦ୍ଧନିର୍ମିତ ଅବସ୍ଥାରେ ସାତୁପାଲି କଲ୍ୟାଣମଣ୍ଡପ

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଧନକଉଡା ବ୍ଲକ ବସନ୍ତପୁର ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି। ଅଧିକ ଅନୁଦାନରେ ପଞ୍ଚାୟତର ବିକାଶ କରାଯିବା ନେଇ ଲକ୍ଷ୍ୟ ରହିଛି। ହେଲେ କେତେକ ପ୍ରକଳ୍ପ ଦେଖିଲେ ଏହା କେବଳ ଘୋଷଣାରେ ସୀମିତ ରହିଥିବା ମନେହେଉଛି।
ପଞ୍ଚାୟତବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସାତୁପାଲିଠାରେ ଏକ କଲ୍ୟାଣମଣ୍ଡପ ନିର୍ମାଣ କାମ ଆରମ୍ଭ ହୋଇଥିଲା। ହେଲେ ଏହା ଅର୍ଦ୍ଧନିର୍ମିତ ହୋଇ ପଡିିରହିଛି। ବ୍ଲକ ପ୍ରଶାସନ ପକ୍ଷରୁ ଅନୁଦାନ ଅଭାବ ଥିବା କୁହାଯାଉଛି। ପ୍ରାୟ ୨୦ଲକ୍ଷ ଟଙ୍କାର ଟେଣ୍ଡର ହୋଇ କାମ କରାଯାଇଥିବାବେଳେ କିଭଳି ସମ୍ପୂର୍ଣ୍ଣ ହୋଇ ପାରିଲା ନାହିଁ ବୋଲି ପ୍ରଶ୍ନ ଉଠିଛି। ଟେଣ୍ଡର ସମୟରେ ବ୍ୟୟ ଅଟକଳ ଓ ଡ୍ରଇଁ କରାଯାଇଥାଏ। ହେଲେ ଏହାକୁ କିଭଳି ପରିବର୍ତ୍ତନ କରାଗଲା ଓ ଅସମ୍ପୂର୍ଣ୍ଣ କରି ଛାଡିଦିଆଗଲା ବୋଲି ଲୋକେ ପ୍ରଶ୍ନ କରୁଛନ୍ତି। ମଣ୍ଡପ ଶେଷ କରାଯାଇ ଲୋକାର୍ପଣ କରାଯିବା ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ମଣ୍ଡପରେ ଶୌଚାଳୟ ନିର୍ମାଣ ପାଇଁ ଏକ ସୂଚନା ଫଳକ ରହିଛି। ହେଲେ ଏହା ନିର୍ମାଣ ହୋଇପାରି ନାହିଁ। କେଉଁ ଯୋଜନାରେ କେତେ ଟଙ୍କା ଉକ୍ତ ମଣ୍ଡପରେ ଖର୍ଚ୍ଚ କରାଯାଇଛି ତାହା ସୂଚନା ବୋର୍ଡ ମାଧ୍ୟରେ ସର୍ବସାଧାରଣ କରାଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ସତ୍ୟାସତ୍ୟ ସାମ୍‌ନାକୁ ଆସିବ ବୋଲି ଆଲୋଚନା ହେଉଛି। ଏ ସମ୍ପର୍କରେ ଧନକଉଡା ବିଡିଓ ଏସ୍‌. କେ. ପଟେଲ କହିଛନ୍ତି, କାମ ଅସମ୍ପୂର୍ଣ୍ଣ ଥିବା ନେଇ ଅବଗତ ରହିଛି। ହେଲେ କେଉଁ ଅନୁଦାନରୁ କେତେ ପରିମାଣ ଅର୍ଥ ଖର୍ଚ୍ଚ ହୋଇଛି ଠିକ୍‌ ତଥ୍ୟ ନାହିଁ। କିଭଳି ଭାବେ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବ ସେ ନେଇ ପଦକ୍ଷେପ ଗ୍ରହଣ କରାଯିବ। ସ୍ଥାନୀୟ ଜେଇଙ୍କୁ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?