ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍‌ଡାଉନ୍‌ ରଖାଯିବ। ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ଶୁକ୍ରବାର ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ତେବେ ଏଟିଏମ୍‌, ଓମଫେଡ୍‌ ଓ ଔଷଧ ଦୋକାନ ପରି ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ୍‌ ଦିଆଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଏହି ନୂଆ ୨୪ ଆକ୍ରାନ୍ତଙ୍କୁ ମିଶାଇ ଅନୁଗୋଳ ଜିଲାରେ ମୋଟ୍‌ ପଜିଟିଭ ସଂଖ୍ୟା ୯୬ରେ ପହଞ୍ଚିଛି। ଇତିମଧ୍ୟରେ ଅନୁଗୋଳ ଜିଲାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହୋଇସାରିଛି। ତେଣୁ ପରିସ୍ଥିତି ଅଧିକ ବିଗିଡ଼ିଯିବା ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଠୋର ନିଷ୍ପତ୍ତି ନିଆଯାଇଛି। ଏହି ଶଟ୍‌ଡାଉନ୍‌ ଯୋଗୁ ଅନୁଗୋଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ କମ୍‌ କରାଯାଇପାରିବ। ତେବେ ସପ୍ତାହର ଅନ୍ୟ ୫ ଦିନ ଜିଲାର ସମସ୍ତ ବ୍ୟବସାୟୀକ ଅନୁଷ୍ଠାନ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଶଟ୍‌ଡାଉନ୍‌ ୨ ଦିନ ସମସ୍ତ ଔଷଧ ଦୋକାନ, ମେଡିକାଲ ସେବା, ସରକାରୀ ଅଫିସ, ଗଣମାଧ୍ୟମ, ଜଳ ଯୋଗାଣ, ପରିମଳ, ବିଦ୍ୟୁତ୍‌ ଯୋଗାଣ, ଶିଳ୍ପସଂସ୍ଥା, ନିର୍ମାଣ କାର୍ଯ୍ୟ, ମାଲ୍‌ ପରିବହନ, ହୋଟେଲ, ରେଳ ଯାତାୟତ, ପେଟ୍ରୋଲ ପମ୍ପ ଆଦି ଚାଲୁ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଖବରକାଗଜ ବିକ୍ରେତା ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ବିତରଣ କରିପାରିବେ। ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟା ଲାଗି ପ୍ରଶାସନର ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri