ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍‌ଡାଉନ୍‌ ରଖାଯିବ। ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ଶୁକ୍ରବାର ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ତେବେ ଏଟିଏମ୍‌, ଓମଫେଡ୍‌ ଓ ଔଷଧ ଦୋକାନ ପରି ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ୍‌ ଦିଆଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଏହି ନୂଆ ୨୪ ଆକ୍ରାନ୍ତଙ୍କୁ ମିଶାଇ ଅନୁଗୋଳ ଜିଲାରେ ମୋଟ୍‌ ପଜିଟିଭ ସଂଖ୍ୟା ୯୬ରେ ପହଞ୍ଚିଛି। ଇତିମଧ୍ୟରେ ଅନୁଗୋଳ ଜିଲାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହୋଇସାରିଛି। ତେଣୁ ପରିସ୍ଥିତି ଅଧିକ ବିଗିଡ଼ିଯିବା ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଠୋର ନିଷ୍ପତ୍ତି ନିଆଯାଇଛି। ଏହି ଶଟ୍‌ଡାଉନ୍‌ ଯୋଗୁ ଅନୁଗୋଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ କମ୍‌ କରାଯାଇପାରିବ। ତେବେ ସପ୍ତାହର ଅନ୍ୟ ୫ ଦିନ ଜିଲାର ସମସ୍ତ ବ୍ୟବସାୟୀକ ଅନୁଷ୍ଠାନ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଶଟ୍‌ଡାଉନ୍‌ ୨ ଦିନ ସମସ୍ତ ଔଷଧ ଦୋକାନ, ମେଡିକାଲ ସେବା, ସରକାରୀ ଅଫିସ, ଗଣମାଧ୍ୟମ, ଜଳ ଯୋଗାଣ, ପରିମଳ, ବିଦ୍ୟୁତ୍‌ ଯୋଗାଣ, ଶିଳ୍ପସଂସ୍ଥା, ନିର୍ମାଣ କାର୍ଯ୍ୟ, ମାଲ୍‌ ପରିବହନ, ହୋଟେଲ, ରେଳ ଯାତାୟତ, ପେଟ୍ରୋଲ ପମ୍ପ ଆଦି ଚାଲୁ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଖବରକାଗଜ ବିକ୍ରେତା ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ବିତରଣ କରିପାରିବେ। ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟା ଲାଗି ପ୍ରଶାସନର ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri