କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍‌, ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି)-୧୬ନଂ. ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରୁ ଉଭୟ ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥକୁ ପୋଲିଂ ପାର୍ଟି ପଠାଯାଇଛି। ସେମାନଙ୍କୁ ସହଯୋଗ ପାଇଁ ସେକ୍ଟର ଅଫିସରମାନଙ୍କୁ ନିୟୋଜିତ କରାଯାଇଛି।

କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ୧୧ ଏବଂ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ୧୩ ଜଣ ପ୍ରାର୍ଥୀ ରହିଛନ୍ତି। ଏହି ଦୁଇ ନିର୍ବାଚନ ମଣ୍ଡଳୀର ମୋଟ ୪୯୧୬୯୮ ଭୋଟର ୫୬୦ଟି ମତଦାନ କେନ୍ଦ୍ରରେ ମତଦାନ କରିବେ। ଏଥିରେ ୨୫୨୬୫୧ ପୁରୁଷ, ୨୩୯୦୩୫ ମହିଳା ଏବଂ ୧୨ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ମୋଟ ୯୮ ବୁଥକୁ ମଡେଲ ବା ଆଦର୍ଶ ବୁଥ କରାଯାଇଛି। ସେଥିମଧ୍ୟରୁ ୭୬ବୁଥରେ କେବଳ ମହିଳାଙ୍କ ଦ୍ୱାରା ପରିଚାଳିତ ସଖି ବୁଥ ହୋଇଥିବା ବେଳେ ଭିନ୍ନକ୍ଷମ ପୋଲିଂ ଅଫିସରଙ୍କ ଦ୍ୱାରା ୪ଟି, ଯୁବ ପୋଲିଂ ଅଫିସରଙ୍କ ଦ୍ୱାରା ପରିଚାଳିତ ୫ଟି, ପରିବେଶ ଉପଯୋଗୀ ବା ଇକୋ ଫ୍ରେଣ୍ଡଲି ୮ ଓ ଥିମ୍‌ ବେସ୍‌ଡ ୫ଟି ବୁଥ ରହିଛି।

ନିର୍ବାଚନ ଗଣତନ୍ତ୍ରର ମହାପର୍ବ। ତେଣୁ ସମସ୍ତ ଭୋଟର ସେମାନଙ୍କ ନିର୍ଦ୍ଧାରିତ ବୁଥ୍‌ରେ ନିଶ୍ଚିତ ମତଦାନ କରିବାକୁ ଜିଲାପାଳ ସ୍ବାଇଁ, କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀର ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri