ଶନିବାର ଆଂଶିକ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ପାକନିଷେଧ, ପୂଜାର୍ଚ୍ଚନା

ଭୁବନେଶ୍ୱର,୨୭ା୧୦(ବନ୍ଦନା ସେଠୀ):ଆସନ୍ତା ୨୮ ତାରିଖ ଶନିବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ରାତି ୧ଟା ୫ରୁ ଗ୍ରହଣ ଆରମ୍ଭ ହୋଇ ପ୍ରାୟ ୨ଟା ୨୨ରେ ଛାଡ଼ିବ ଅର୍ଥାତ୍‌ ୧ଘଣ୍ଟା ୧୯ ମିନିଟ୍‌ ଗ୍ରହଣ ରହିବ। ଏହି ସମୟରେ ଚନ୍ଦ୍ର ଉପରେ ମାତ୍ର ୬ ପ୍ରତିଶତ ଛାୟା ପଡିବ। ତେବେ ରାତି ୧୧ଟା ୩୧ରେ ଚନ୍ଦ୍ର ଉପରେ ଉପଛାୟା ପଡ଼ିବା ଆରମ୍ଭ ହେବ। ଏହା ଖାଲି ଆଖିକୁ ଦେଖାଯିବ ନାହିଁ। ରାତି ୧ଟା ୫ ବେଳକୁ ଛାୟା ଦୃଶ୍ୟମାନ ହେବ। ଏହି ଚନ୍ଦ୍ରଗ୍ରହଣ ଭାରତ ସମେତ ଅଷ୍ଟ୍ରେଲିଆ, ଏସିଆ, ୟୁରୋପ, ଆଫ୍ରିକା, ଆଟ୍‌ଲାଣ୍ଟିକ୍‌ ମହାସାଗର ସମେତ ସମଗ୍ର ବିଶ୍ୱରେ ଖାଲି ଆଖିରେ ଦେଖାଯିବ। ଅକ୍ଟୋବର ୧୪ରେ ଘଟିଥିବା ସୂର୍ଯ୍ୟୋପରାଗର ୧୪ ଦିନ ପରେ ଏହି ଆଂଶିକ ଚନ୍ଦ୍ରଗ୍ରହଣ ଦେଖାଯିବ। ଅପରପକ୍ଷେ ଶନିବାର କୁମାରପୂର୍ଣ୍ଣିମା ରହୁଥିବାରୁ ଗ୍ରହଣର ପ୍ରଭାବ ଚନ୍ଦ୍ରପୂଜା ଉପରେ ପଡିବ। ଜ୍ୟୋତିର୍ବିଦ୍ୟା ବିଶାରଦ ପ୍ରସନ୍ନ କୁମାର ମହାପାତ୍ରଙ୍କ ମତାନୁଯାୟୀ, ଗ୍ରହଣର ପ୍ରାୟ ୯ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଅପରାହ୍ନ ୪ଟାରୁ ପାକନିଷେଧ ଓ ଦେବାର୍ଚ୍ଚନା ବନ୍ଦ ରହିବ। ତେବେ ଚନ୍ଦ୍ରପୂଜା କରିବାକୁ ଚାହୁଁଥିବା କୁମାରୀମାନେ ଚନ୍ଦ୍ର ଉଦୟ ସମୟରେ ପୂଜା କରିପାରିବେ। ସେହିପରି ରାତି ୨ଟା ୩୦ ପରେ ଗଜଲକ୍ଷ୍ମୀ ପୂଜା କରାଯାଇପାରିବ। ରବିବାରକୁ ଗ୍ରହଣର କୌଣସି ପ୍ରଭାବ ରହିବ ନାହିଁ। ସେହିପରି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ପୂର୍ବତନ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ଚନ୍ଦ୍ର ଉପରେ କେବଳ ଗୋଟିଏ ଛାଇ ପଡିବ। ଏଥିରେ ଚନ୍ଦ୍ରପୂଜା କରିବାରେ କୌଣସି ଅସୁବିଧା ନାହିଁ। ଅପରପକ୍ଷେ ଆସନ୍ତା ବର୍ଷ ୨୦୨୪ରେ ୨ଟି ଚନ୍ଦ୍ରଗ୍ରହଣ ଏବଂ ୨ଟି ସୂର୍ଯ୍ୟୋପରାଗ ହେବାର ଅଛି। ଏହାର ପ୍ରଭାବ ଭାରତ ଉପରେ ରହିବ ନାହିଁ ବୋଲି ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri