ଆଜି ପୃଥିବୀର ନିକଟତର ହେବ ଶନି

ଭୁବନେଶ୍ୱର,୨।୮(ବ୍ୟୁରୋ): ଏବେ ଶନି ଗ୍ରହ ପୃଥିବୀର ଅତି ନିକତର ହେଉଥିବାରୁ ବୃହସ୍ପତି ପରି ଉଜ୍ଜ୍ୱଳ ଦେଖାଯାଉଛି। ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଉଭୟ ଆହୁରି ନିକଟତର ହେବେ ବୋଲି ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ସୂର୍ଯ୍ୟ ଚାରିପଟେ ଶନି ଓ ପୃଥିବୀ ନିଜ କକ୍ଷ ପଥରେ ଘୂରିବାବେଳେ ଅନେକ ସମୟରେ ନିକଟତର ହୋଇଥାନ୍ତି। ପୃଥିବୀଠାରୁ ଶନିର ଦୂରତା କ୍ରମାଗତ ଭାବରେ ବଦଳିଥାଏ। ପ୍ରତି ଏକବର୍ଷ ୧୩ ଦିନରେ ଶନି ଓ ପୃଥିବୀ ନିକଟତର ହୋଇଥାନ୍ତି ଏବଂ ସୂର୍ଯ୍ୟର ଗୋଟିଏ ପଟରେ ହିଁ ରୁହନ୍ତି। ପୃଥିବୀ ଶନି ଓ ସୂର୍ଯ୍ୟର ମଝିରେ ରହିଥାଏ। ସେ ସମୟରେ ପୃଥିବୀ ଓ ଶନିର ହାରାହାରି ଦୂରତା ୧୨୦ କୋଟି କି.ମି.ରହିବ, ଯାହା ସୂର୍ଯ୍ୟଠାରୁ ପୃଥିବୀ ଦୂରତାର ପ୍ରାୟ ୮ ଗୁଣ ଅଧିକ ଥାଏ। ଚଳିତବର୍ଷ ଏହା ଅଗଷ୍ଟ ୨ ଭାରତୀୟ ସମୟ ଦିନ ୧୧ଟା ୩୦ରେ ଘଟିବ। ଅନ୍ୟପକ୍ଷରେ ଆଉ ୬ ମାସ ପରେ ପୃଥିବୀ ସୂର୍ଯ୍ୟର ପଛପାଖକୁ ଚାଲିଗଲେ ପୃଥିବୀ ଓ ଶନିର ସର୍ବାଧିକ ଦୂରତା ୧୭୦ କୋଟି କି.ମି. ହୋଇଯିବ, ଯାହା ସୂର୍ଯ୍ୟଠାରୁ ପୃଥିବୀ ଦୂରତାର ପ୍ରାୟ ୧୧ ଗୁଣ ଅଧିକ ରହିବ। ଗତବର୍ଷ ଜୁଲାଇ ୨୦ରେ ଶନି ପୃଥିବୀର ନିକଟତର ହୋଇଥିଲା ଓ ଆଗାମୀ ୨୦୨୨ ଅଗଷ୍ଟ ୧୪ରେ ଏପରି ଘଟିବ ବୋଲି ଶୁଭେନ୍ଦୁ ସୂଚନା ଦେଇଛନ୍ତି। ସୋମବାର ସୂର୍ଯ୍ୟ ଅସ୍ତ ହେବା ସହ ଶନି ପୂର୍ବ ଦିଗ୍‌ବଳୟରେ ଉଦୟ ହୋଇ ଧୀରେ ଧୀରେ ପଶ୍ଚିମ ଦିଗକୁ ଗତିକରି ୧୨ଘଣ୍ଟା ପରେ ଅର୍ଥାତ୍‌ ଭୋର ସମୟରେ ଅସ୍ତ ହେବ। ମେଘମୁକ୍ତ ପରିଷ୍କାର ଆକାଶରେ ଅଗଷ୍ଟ ମାସ ପ୍ରତି ରାତିରେ ସନ୍ଧ୍ୟାଠାରୁ ସକାଳ ଯାଏ ଶନି ସହ ବୃହସ୍ପତି ଖାଲି ଆଖିରେ ଦେଖାଯିବ। ଶନି ପୃଥିବୀର ଅତି ନିକଟତର ହୋଇଥିବାରୁ ଖାଲି ଆଖିରେ ସାଧାରଣ ଦିନ ତୁଳନାରେ ଅଧିକ ଉଜ୍ଜ୍ୱଳ ଦେଖାଯିବା ସହ ଏହାର ବଳୟ ଏବଂ ଉପଗ୍ରହ ସାଧାରଣ ଦୂରବୀକ୍ଷଣ ଦ୍ୱାରା ସୁନ୍ଦର ଦେଖାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri