Posted inଖେଳ

ଚାଇନିଜ୍ ତାଇପେ ଯୋଡ଼ିଙ୍କୁ ହରାଇ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍ ଜିତିଲେ ସାତ୍ଵିକ-ଚିରାଗ

ନୂଆଦିଲ୍ଲୀ, ୧୦।୩: ଭାରତର ତାରକା ବ୍ୟାଡମିଣ୍ଟନ୍ ଯୋଡ଼ି ସାତ୍ଵିକସାଇରାଜ ରଙ୍କିରେଡ୍ଡୀ ଏବଂ ଚିରାଗ ସେଟ୍ଟୀ ଚାଇନିଜ୍ ତାଇପେ ଯୋଡ଼ି ଲି ଜେ ହୁଇ ଏବଂ ୟାଙ୍ଗ ପୋ ହୁସୁଆନ୍ ଙ୍କୁ ୨୧-୧୧, ୨୧-୧୭ ସେଟରେ ସିଧାସଳଖ ହରାଇ ଦ୍ୱିତୀୟ ଥର ପାଇଁ ଫ୍ରେଞ୍ଚ ଓପନ୍ ପୁରୁଷ ଯୁଗଳ ବର୍ଗରେ ଚାମ୍ପିଅନ୍ ହୋଇଛନ୍ତି।

୨୦୨୨ ବିଜେତା ଏବଂ ତୃତୀୟ ଥର ଫାଇନାଲ ଖେଳୁଥିବା ଭାରତୀୟ ଯୋଡି ପ୍ରଥମ ସେଟରେ ୨୧-୧୧ ବ୍ୟବଧାନରେ ଜିତି ପୁରା ମ୍ୟାଚରେ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲେ। ଆରମ୍ଭରୁ ଦୁଇ ପକ୍ଷ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିଲା ଏବଂ ପ୍ରଥମ ସେଟରେ ୫-୫ ସ୍କୋର ସମାନ ଥିଲା। କିନ୍ତୁ ଏଠାରୁ ଭାରତୀୟ ଟିମ୍ ବ୍ୟବଧାନ ବଢ଼ାଇ ଚାଲିଥିଲା ଏବଂ ୨୧-୧୧ରେ ପ୍ରଥମ ସେଟ୍କୁ ଜିତିଥିଲା।

ସେହିଭଳି ଦ୍ୱିତୀୟ ସେଟ ଭାରତୀୟ ଯୋଡ଼ିଙ୍କ ପାଇଁ ତୁଳନାତ୍ମକ ଭାବେ କଠିନ ଥିଲା, କାରଣ ମଧ୍ୟବର୍ତ୍ତୀକାଳୀନ ବ୍ରେକ୍ ରେ ସ୍କୋର ୯-୧୧ ରେ ଅଟକି ଥିଲା। ଏହାପରେ ୨୧-୧୭ ବ୍ୟବଧାନରେ ସାତ୍ଵିକ-ଚିରାଗ ଦ୍ୱିତୀୟ ସେଟ୍କୁ ମଧ୍ୟ ଜିତି ନେଇଥିଲେ। ଦିନର ଏହା ସବୁଠାରୁ କମ୍ ସମୟ ଖେଳା ଯାଇଥିବା ଫାଇନାଲ ଥିଲା। ଯାହା ମାତ୍ର ୩୬ ମିନିଟରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri