Posted inଖେଳ

ଖେଳରତ୍ନ ପାଇବା ପରେ ସାତ୍ତ୍ୱିକ, ଚିରାଗଙ୍କ ଆସିଲା ପ୍ରତିକ୍ରିୟା

ନୂଆଦିଲ୍ଲୀ,୩।୫: ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ଚିରାଗ ଶେଟ୍ଟି ଓ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଶେଷରେ ବହୁଦିନ ପରେ ମେଜର ଧ୍ୟାନଚାନ୍ଦ ଖେଳରନତ୍ ପୁରସ୍କାର ପାଇଛନ୍ତି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏଠାରେ ଗୁରୁବାର ଖେଳାଳି ଦ୍ୱୟଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଖେଳାଳି ଦ୍ୱୟ କହିଛନ୍ତି, ଫିଟ୍‌ନେସ୍‌ ସମସ୍ୟା ଯୋଗୁ ସେମାନେ ଏବେ ଖରାପ ସମୟ ଦେଇ ଗତି କରୁଛନ୍ତି। ଏହି ପୁରସ୍କାର ସେମାନଙ୍କୁ ଏହି ସମସ୍ୟାରୁ ଉଦ୍ଧାର ପାଇବାରେ ସହାୟକ ହେବ ବୋଲି ସେମାନେ ଆଶା କରୁଛନ୍ତି।

୨୦୨୩ ବର୍ଷ ପାଇଁ ଚିରାଗ ଓ ସାତ୍ତ୍ୱିକ ଗତବର୍ଷ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଆଡମ୍ବରପୂର୍ଣ୍ଣ ଉତ୍ସବରେ ଏହି ସମ୍ମାନ ପାଇଥାନ୍ତେ। ମାତ୍ର ସେତେବେଳେ ସେମାନେ ବିଦେଶରେ ଟୁର୍ନାମେଣ୍ଟରେ ଖେଳୁଥିବାରୁ ଏଥିରେ ଯୋଗଦେଇ ପାରି ନ ଥିଲେ। ସେମାନେ ଗତ ଫେବୃଆରୀରେ ମାଣ୍ଡବ୍ୟଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଥାନ୍ତେ। ମାତ୍ର ସାତ୍ତ୍ୱିକଙ୍କ ପିତା ଆର. କାଶୀ ବିଶ୍ୱନାଥମଙ୍କ ହୃଦ୍‌ଘାତରେ ପ୍ରାଣହାନି ଘଟିବାରୁ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ଦୁଇ ଖେଳାଳି କହିଛନ୍ତି, ଖେଳରନତ୍ ପୁରସ୍କାର ଗ୍ରହଣ କରିବା ଲାଗି ସେମାନେ ଗତବର୍ଷ ରାଷ୍ଟ୍ରପତି ଭବନକୁ ଯାଇ ପାରି ନ ଥିଲେ। ତେବେ ଶେଷରେ ସେମାନଙ୍କୁ ମିଳିଛି। ଏହା ତାଙ୍କ ଆତ୍ମବିଶ୍ୱାସ ବୃଦ୍ଧିରେ ସହାୟକ ହେବ। ଆସନ୍ତା କିଛି ମାସ ମଧ୍ୟରେ ସେମାନେ ଟ୍ରାକ୍‌କୁ ଫେରିବା ନେଇ ଦୃଢ଼ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri