Posted inଜାତୀୟ

ତାଲିକାରେ ନାମ ନ ଥିବାରୁ ପଦରୁ ଇସ୍ତଫା ଦେଲେ ସତ୍ୟପ୍ରକାଶ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ପଦ ନିର୍ବାଚନ ଦଳରେ ଏକ ନୂଆ ବିବାଦ ସୃଷ୍ଟି କରିଛି। ନିର୍ବାଚନରେ ମତଦାନ କରି ନ ପାରିବାକୁ ନେଇ ରାଜ୍ୟ କଂଗ୍ରେସର ଗଣମାଧ୍ୟମ ଆବାହକ ତଥା ସାଧାରଣ ସମ୍ପାଦକ ସତ୍ୟପ୍ରକାଶ ନାୟକ ମଙ୍ଗଳବାର ପଦରୁ ଇସ୍ତଫା ଦେଇଛନ୍ତି। ଏ ସମ୍ପର୍କରେ ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୋମବାର ଅଖିଳ ଭାରତ କଂଗ୍ରେସ କମିଟି ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ରାଜ୍ୟ କଂଗ୍ରେସ ପକ୍ଷରୁ ପିସିସି ସଦସ୍ୟଙ୍କ ଯେଉଁ ୪୨୭ ଜଣିଆ ତାଲିକା ପ୍ରସ୍ତୁତ କରାଯାଇଥିଲା ସେଥିରେ ତାଙ୍କ ନାମ ନ ଥିଲା। ତେଣୁ ସେ ଦଳର ଅଧକ୍ଷ ପଦବୀ ପାଇଁ ମତଦାନରୁ ବାଦ୍‌ ପଡ଼ିଥିଲେ। ପିସିସି ସଦସ୍ୟ ତାଲିକାରେ ତାଙ୍କ ନାମ ନ ଥିବାରୁ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ କହିଛନ୍ତି। ଏହାସହ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ଶରତ ପଟ୍ଟନାୟକ ଓ ରାଜ୍ୟ କଂଗ୍ରେସର ପ୍ରଭାରୀ ଚେଲ୍ଲା କୁମାରଙ୍କ ନିକଟକୁ ପଠାଇଛନ୍ତି ବୋଲି ସ୍ପଷ୍ଟ କରିଛନ୍ତି। ନିଜ ଇସ୍ତଫା ସମ୍ପର୍କରେ ସୂଚନା ଦେଇ ସତ୍ୟ କହିଛନ୍ତି, ଦଳ ପକ୍ଷରୁ ସାଧାରଣ ସମ୍ପାଦକ, ପୂର୍ବରୁ ମିଡିଆ ସେଲ ଅଧ୍ୟକ୍ଷ ଓ ଏବେ ମିଡିଆ ଆବାହକ ଭାବେ ନିଜ କର୍ତ୍ତବ୍ୟକୁ ଦାୟିତ୍ୱର ସହ ତୁଲାଇଛିି। ଦଳ ପକ୍ଷରୁ ଗତ ସାଧାରଣ ନିର୍ବାଚନରେ ସେ ପୁରୀ ଲୋକସଭା ଆସନରୁ ସାଂସଦ ପ୍ରାର୍ଥୀ ଭାବେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ହେଁ ଏବେ ପିସିସି ସଦସ୍ୟ ତାଲିକାରୁ ତାଙ୍କ ନାମ ହଟାଇବା ଦୁର୍ଭାଗ୍ୟଜନକ। ପିସିସି ପକ୍ଷରୁ ଯିଏ ଏହି ତାଲିକା ପ୍ରସ୍ତୁତ କରିଛନ୍ତି ସେ ବହୁ ଭାବି ଚିନ୍ତି କରିଥିବେ। ସେ ବୋଧହୁଏ ମୋ ଯୋଗ୍ୟତାକୁ ଗୌଣ ମନେକରୁଛନ୍ତି ବା ମୋର ଏହି ପଦବୀରେ ରହିବାର ଆବଶ୍ୟକତା ନାହିଁ ବୋଲି ଭାବି ଏଭଳି କରିଥିବେ ବୋଲି ସତ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?