ସିକିମ୍‌ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର

ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍‌ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି ପାଣି ଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଭୋକ ଉପାସରେ ରହିଥିବା ସତ୍ୟସୁନ୍ଦର ତାଙ୍କ ପରିବାର ଲୋକଙ୍କୁ ଜଣାଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ସେ ଆକୁଳ ନିବେଦନ କରିଛନ୍ତି।
ନୀଳଗିରି ଏନଏସି ଅଧୀନ ୧୩ନଂ. ୱାର୍ଡ ଗୋପୀନାଥପୁର ଗ୍ରାମର ସତ୍ୟସୁନ୍ଦର ସିକିମ୍‌ ନାମଥଙ୍ଗ ଇଲାକାର ଝୁଲୁଙ୍ଗେ ବ୍ଲକର ଝୁଲୁଙ୍ଗେର ଏକ ପ୍ଲାଷ୍ଟୋ ଓର୍କ କମ୍ପାନୀରେ କାର୍ଯ୍ୟ କରନ୍ତି। ଉକ୍ତ କମ୍ପାନୀଠାରୁ ମାତ୍ର ୧୫୦ ମିଟର ଦୂରରେ ହୋଇଛି ଏହି ପ୍ରଳୟଙ୍କରୀ ବନ୍ୟା। ସେମାନେ ଷ୍ଟାଫ୍‌ କ୍ୱାର୍ଟର୍ସରେ ରହିଥିବା ବେଳେ ଜଳବନ୍ଦୀ ଯୋଗୁ ବାହାରକୁ ବାହାରିବା ସମ୍ଭବ ହେଉନାହିଁ। ଖାଦ୍ୟପଦାର୍ଥ ସରିଲାଣି। ଏନେଇ ପରିବାର ଲୋକେ ଚିନ୍ତାରେ ରହିଥିବା ବେଳେ ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି। ସତ୍ୟସୁନ୍ଦର ତୁରନ୍ତ ଉଦ୍ଧାର ଲାଗି ରାଜ୍ୟ ସରକାର ଓ ବାଲେଶ୍ୱର ଜିଲାପାଳଙ୍କଠାରେ ଗୁହାରୀ କରିଛନ୍ତି। ତାଙ୍କ ମାମୁ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଯୋଗାଯୋଗ କରି ତାଙ୍କ ଭଣଜାଙ୍କ ସମେତ ଅନ୍ୟ ସହଯୋଗୀଙ୍କୁ ଉଦ୍ଧାର ପାଇଁ ଆକୁଳ ନିବେଦନ କରିଛନ୍ତି। ତେବେ ଏମ୍‌ପି ଷଡ଼ଙ୍ଗୀ ଖୁବ୍‌ଶୀଘ୍ର ସେମାନଙ୍କୁ ଉଦ୍ଧାର କରାଯିବାର ପ୍ରତିଶ୍ରୁତି ଦେଇଥିବା ପରିବାର ଲୋକେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri