ଫେବୃଆରୀ ୫ରୁ ସତ୍ୟବାଦୀ ମହୋତ୍ସବ: ପଞ୍ଚସଖା ଜ୍ୟୋତି ଯାତ୍ରା ହେବ ଆକର୍ଷଣ

ସାକ୍ଷୀଗୋପାଳ,୫ା୧(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ/ଭରତ ରାଉତ) ଚଳିତ ବର୍ଷ ୧୦ମ ସତ୍ୟବାଦୀ ମହୋତ୍ସବ ଫେବୃଆରୀ ୫ରୁ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସ୍ଥାନୀୟ ପ୍ରଶାସନ ଏବଂ ମହୋତ୍ସବ କମିଟିର ସମନ୍ୱୟ ବୈଠେରେ ବିଡିିଓ ଦେବାଶିଷ ନାୟକ ଅଧ୍ୟକ୍ଷତା କରିଥିଲେ। ଚଳିତ ବର୍ଷ ପଞ୍ଚସଖା ଜ୍ୟୋତି ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରାରମ୍ଭିକ ଦିବସରେ ଅନୁଷ୍ଠିତ ହେବ ବୋଲି କମିଟି ସଭାପତି ତଥା ସତ୍ୟବାଦୀ ବିଧାୟକ ଓମ୍‌ପ୍ରକାଶ ମିଶ୍ର କହିଥିଲେ।

ସେହିପରି ସ୍ଥାନୀୟ କଳାକାର ଓ ଅନୁଷ୍ଠାନ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି କମିଟି ସମ୍ପାଦକ ଦୀପକ ଶତପଥି କହିଥିଲେ। ପିପିଲି ଏସ୍‌ଡିପିଓ ଦେବାଶିଷ ମିଶ୍ର, ସତ୍ୟବାଦୀ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ, ସତ୍ୟବାଦୀ ଥାନା ଆଇଆଇସି ବିଜୟ କେତନ ବେହେରା ଯୋଗଦେଇ ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ୪ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କହିଥିଲେ।

ବୈଠକରେ ସତ୍ୟବାଦୀ ବ୍ଲକର ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଅଗ୍ନି ନିରାପତ୍ତା, ଆଶୁ ଚିକିତ୍ସା, ପରିମଳ, ପାନୀୟଜଳ, ଶୌଚାଳୟ ସହିତ ବିଭିନ୍ନ ବିଭାଗର ପ୍ରଦର୍ଶନ ମଣ୍ଡପ ଖୋଲାଯିବା ନେଇ ଆଲୋଚନା ହୋଇଥିଲା।

ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଆଲୋକସଜ୍ଜା ବକୁଳ ବନଠାରୁ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଝଲସିବ। ବୈଠକରେ ଜିଲା ପରିଷଦ ସଭ୍ୟ ରତିକାନ୍ତ ମିଶ୍ର, ସଂଯୋଜକ ଜାନକୀ ବରାଳ, ଦିଲୀପ ମହାନ୍ତି, ବିଶ୍ୱଜିତ ମହାପାତ୍ର, ଭଗବାନ ବେହେରା, ତ୍ରିଲୋଚନ ରଥ, ଅଭୟ ନାଥ, ଗୌତମ ମିଶ୍ର, ସତୀଶ ମିଶ୍ର ଓ ଅଶୋକ ରାଉତରାୟଙ୍କ ସମେତ ସରପଞ୍ଚ, ସମିତି ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri