ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ ନୃତ୍ୟ ପରିଷଦ’ର କଳାକାରମାନେ ଗୌରବାର୍ଜନ କରିବା ସହ ସମ୍ବର୍ଦ୍ଧିତ ହୋଇଛନ୍ତି। ଚଳିତ ମାସ ୨୫ ଓ ୨୬ ତାରିଖ ଦୁଇ ଦିନ ଧରି ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଏହି ଉତ୍ସବରେ କଳାକାରମାନଙ୍କର ‘ବନ୍ଧ ନୃତ୍ୟ’ କଳାକୌଶଳ ଏବଂ ଆଧ୍ୟାତ୍ମିକ ଉପସ୍ଥାପନା ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା। ଓଡ଼ିଶାର ପାରମ୍ପରିକ ନୃତ୍ୟ କଳାକୁ ଜୀବନ୍ତ ରଖିବାରେ ନିରବଚ୍ଛିନ୍ନ ଉଦ୍ୟମ ଚଳାଇଥିବା ଅନୁଷ୍ଠାନର ସମ୍ପାଦକ ସୁଦର୍ଶନ ରାୟଙ୍କୁ ତାଙ୍କର ଦୀର୍ଘଦିନର ସାଂସ୍କୃତିକ ସେବା, ଗୋଟିପୁଅ ନୃତ୍ୟର ପ୍ରଚାର-ପ୍ରସାର ଏବଂ ନୂତନ ପିଢ଼ିର କଳାକାର ସୃଷ୍ଟିରେ ଅବଦାନ ପାଇଁ ଅତିଥିମାନେ ‘ୟାଦାରୀ ଜାତୀୟ ସମ୍ମାନ-୨୦୨୬’ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଓଡ଼ିଶା ସରକାରଙ୍କ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗ କ୍ରମେ ଏବଂ ତେଲେଙ୍ଗାନାର କଳାକୀର୍ତ୍ତୀ ନୃତ୍ୟାଳୟ ପକ୍ଷରୁ ହାଇଦ୍ରାବାଦର ରବିନ୍ଦ୍ର ଭାରତୀ ପ୍ରେକ୍ଷାଳୟରେ ଏହି ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ଜାତୀୟ ସ୍ୱୀକୃତି ଗୋଟିପୁଅ ନୃତ୍ୟ ପରମ୍ପରା ଏବଂ ସମଗ୍ର ଓଡ଼ିଶା ପାଇଁ ଏକ ଗୌରବର ବିଷୟ ହୋଇଥିବା ବେଳେ ଏହାକୁ ନେଇ କଳାପ୍ରେମୀ ମହଲରେ ବେଶ୍ ଖୁସିର ଲହରୀ ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri